1
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 7:19
ଓଡିଆ ବାଇବେଲ
ORYIRV
ସେମାନେ ଆପଣା ଆପଣା ରୂପା ଦାଣ୍ଡରେ ପକାଇ ଦେବେ ଓ ସେମାନଙ୍କର ସୁନା ଅଶୁଚି ବସ୍ତୁ ତୁଲ୍ୟ ହେବ; ସଦାପ୍ରଭୁଙ୍କ କୋପର ଦିନରେ ସେମାନଙ୍କର ରୂପା ଓ ସୁନା ସେମାନଙ୍କୁ ରକ୍ଷା କରି ପାରିବ ନାହିଁ; ତାହା ସେମାନଙ୍କ ପ୍ରାଣକୁ ତୃପ୍ତ କିଅବା ଉଦର ପୂର୍ଣ୍ଣ କରିବ ନାହିଁ; କାରଣ ତାହା ହିଁ ସେମାନଙ୍କର ଅଧର୍ମଜନକ ବିଘ୍ନ ହୋଇଅଛି।
Compare
Explore ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 7:19
2
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 7:27
ରାଜା ଶୋକ କରିବ ଓ ଅଧିପତି ଉତ୍ସନ୍ନତାରୂପ ବସ୍ତ୍ରରେ ପରିହିତ ହେବ ଓ ଦେଶସ୍ଥ ଲୋକମାନଙ୍କର ହସ୍ତ କମ୍ପିତ ହେବ; ଆମ୍ଭେ ସେମାନଙ୍କର ଆଚରଣାନୁସାରେ ସେମାନଙ୍କ ପ୍ରତି ବ୍ୟବହାର କରିବା ଓ ସେମାନଙ୍କର ଯୋଗ୍ୟତାନୁସାରେ ସେମାନଙ୍କର ବିଚାର କରିବା, ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
Explore ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 7:27
3
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 7:4
ଆମ୍ଭେ ତୁମ୍ଭ ପ୍ରତି ଚକ୍ଷୁ ଲଜ୍ଜା କରିବା ନାହିଁ, କିଅବା ଆମ୍ଭେ ଦୟା କରିବା ନାହିଁ; ମାତ୍ର ତୁମ୍ଭ ଆଚରଣର ଫଳ ଆମ୍ଭେ ତୁମ୍ଭ ଉପରେ ବର୍ତ୍ତାଇବା ଓ ତୁମ୍ଭର ଘୃଣାଯୋଗ୍ୟ କ୍ରିୟାସବୁ ତୁମ୍ଭ ମଧ୍ୟରେ ରହିବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
Explore ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 7:4
4
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 7:9
ପୁଣି, ଆମ୍ଭେ ଚକ୍ଷୁଲଜ୍ଜା କରିବା ନାହିଁ; କିଅବା ଦୟା କରିବା ନାହିଁ; ଆମ୍ଭେ ତୁମ୍ଭର ଆଚରଣାନୁସାରେ ତୁମ୍ଭ ଉପରେ ଫଳ ବର୍ତ୍ତାଇବା ଓ ତୁମ୍ଭର ଘୃଣାଯୋଗ୍ୟ କ୍ରିୟାସକଳ ତୁମ୍ଭ ମଧ୍ୟରେ ରହିବ; ତହିଁରେ ଆମ୍ଭେ ସଦାପ୍ରଭୁ ଆଘାତ କରୁ, ଏହା ତୁମ୍ଭେମାନେ ଜାଣିବ।
Explore ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 7:9