1
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 8:3
ଓଡିଆ ବାଇବେଲ
ORYIRV
ପୁଣି, ସେ ଏକ ହସ୍ତର ଆକୃତି ବିସ୍ତାର କରି ମୋ’ ମସ୍ତକର କେଶ ଧରିଲେ; ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋତେ ପୃଥିବୀ ଓ ଆକାଶର ମଧ୍ୟବର୍ତ୍ତୀ ସ୍ଥାନକୁ ଉଠାଇଲେ ଓ ଈଶ୍ୱରୀୟ ଦର୍ଶନକ୍ରମେ ଯିରୂଶାଲମକୁ, ଭିତର ପ୍ରାଙ୍ଗଣର ଉତ୍ତରାଭିମୁଖ ପ୍ରବେଶ-ସ୍ଥାନର ଦ୍ୱାର ନିକଟକୁ ମୋତେ ଆଣିଲେ; ସେହି ସ୍ଥାନରେ ଅନ୍ତର୍ଜ୍ୱାଳାଜନକ ଅନ୍ତର୍ଜ୍ୱାଳା ପ୍ରତିମା ସ୍ଥାପିତ ଥିଲା।
Compare
Explore ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 8:3
2
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 8:12
ତେବେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲ ବଂଶର ପ୍ରାଚୀନବର୍ଗ ପ୍ରତ୍ୟେକେ ଆପଣା ଆପଣା ପ୍ରତିମାଗୃହରେ ଅନ୍ଧକାରରେ ଯାହା କରୁଅଛନ୍ତି, ତାହା କି ତୁମ୍ଭେ ଦେଖିଲ ? କାରଣ ସେମାନେ କହନ୍ତି, ସଦାପ୍ରଭୁ ଆମ୍ଭମାନଙ୍କୁ ଦେଖନ୍ତି ନାହିଁ; ସଦାପ୍ରଭୁ ପୃଥିବୀକୁ ତ୍ୟାଗ କରିଅଛନ୍ତି।”
Explore ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 8:12
3
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 8:18
ଏଥିପାଇଁ ଆମ୍ଭେ ମଧ୍ୟ କୋପରେ ବ୍ୟବହାର କରିବା; ଚକ୍ଷୁ ଲଜ୍ଜା କରିବା ନାହିଁ, କିଅବା ଦୟା କରିବା ନାହିଁ; ଆଉ, ଯଦ୍ୟପି ସେମାନେ ଆମ୍ଭ କର୍ଣ୍ଣଗୋଚରରେ ଉଚ୍ଚସ୍ୱରରେ ଡାକନ୍ତି, ତଥାପି ଆମ୍ଭେ ସେମାନଙ୍କ କଥା ଶୁଣିବା ନାହିଁ।”
Explore ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 8:18