1
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 25:23
ଓଡିଆ ବାଇବେଲ
ORYIRV
ତହିଁରେ ସଦାପ୍ରଭୁ ତାହାକୁ କହିଲେ, “ତୁମ୍ଭ ଗର୍ଭରେ ଦୁଇ ଗୋଷ୍ଠୀ ଅଛନ୍ତି ଓ ଦୁଇ ଗୋତ୍ର ତୁମ୍ଭ ଉଦରରୁ ବିଭିନ୍ନ ହେବେ; ଏକ ଗୋତ୍ର ଅନ୍ୟ ଗୋତ୍ରଠାରୁ ବଳବାନ ହେବ, ପୁଣି, ଜ୍ୟେଷ୍ଠ କନିଷ୍ଠର ସେବା କରିବ।”
Compare
Explore ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 25:23
2
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 25:30
ତହୁଁ ସେ ଯାକୁବକୁ କହିଲା, “ମୁଁ କ୍ଳାନ୍ତ ହୋଇଅଛି, ବିନୟ କରେ, ସେହି ରଙ୍ଗା ଡାଲି ଦେଇ ଭୋଜନ କରାଅ,” ଏହି ନିମନ୍ତେ ତାହାର ନାମ ଇଦୋମ୍ (ରଙ୍ଗା) ଖ୍ୟାତ ହେଲା।
Explore ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 25:30
3
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 25:21
ଇସ୍ହାକଙ୍କର ସେହି ଭାର୍ଯ୍ୟା ବନ୍ଧ୍ୟା ହେବାରୁ ସେ ତାହା ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ; ତହିଁରେ ସଦାପ୍ରଭୁ ତାଙ୍କର ପ୍ରାର୍ଥନା ଶୁଣନ୍ତେ, ତାହାର ଭାର୍ଯ୍ୟା ରିବିକା ଗର୍ଭବତୀ ହେଲା।
Explore ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 25:21
4
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 25:32-33
ଏଷୌ ଉତ୍ତର କଲା, “ଦେଖ, ମୁଁ ମଲା ପରି, ଜ୍ୟେଷ୍ଠାଧିକାରରେ ମୋର କି ଲାଭ ?” ଯାକୁବ କହିଲା, “ତୁମ୍ଭେ ଆଜି ମୋ’ ନିକଟରେ ଶପଥ କର,” ତହିଁରେ ସେ ତାହା ନିକଟରେ ଶପଥ କଲା। ଏହିରୂପେ ସେ ଆପଣା ଜ୍ୟେଷ୍ଠାଧିକାର ଯାକୁବକୁ ବିକ୍ରୟ କରିଦେଲା।
Explore ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 25:32-33
5
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 25:26
ତହିଁ ଉତ୍ତାରେ ଏଷୌର ପାଦମୂଳ ଧରି ତାହାର ଭ୍ରାତା ଭୂମିଷ୍ଠ ହେଲା; ଏଥିପାଇଁ ତାହାର ନାମ ଯାକୁବ ଦିଆଗଲା। ଇସ୍ହାକଙ୍କର ଷାଠିଏ ବର୍ଷ ବୟସରେ ଏହି ଯାଆଁଳା ପୁତ୍ର ଜାତ ହେଲେ।
Explore ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 25:26
6
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 25:28
ଇସ୍ହାକ ମୃଗୟା ମାଂସ ଅତି ସୁସ୍ୱାଦୁ ବୋଧ କରିବାରୁ ଏଷୌକୁ ଭଲ ପାଇଲେ। ମାତ୍ର ରିବିକା ଯାକୁବକୁ ଭଲ ପାଇଲା।
Explore ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 25:28