1
ହବକ୍କୂକ 1:5
ଓଡିଆ ବାଇବେଲ
ORYIRV
ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ଦେଖି ମନୋଯୋଗ କର ଓ ଅତିଶୟ ଚମତ୍କୃତ ହୁଅ; କାରଣ ତୁମ୍ଭମାନଙ୍କ ସମୟରେ ଆମ୍ଭେ ଏକ କର୍ମ କରୁଅଛୁ, ସେ ବିଷୟ ତୁମ୍ଭମାନଙ୍କୁ କୁହା ଗଲେ ହେଁ ତୁମ୍ଭେମାନେ ତାହା ବିଶ୍ୱାସ କରିବ ନାହିଁ।
Compare
Explore ହବକ୍କୂକ 1:5
2
ହବକ୍କୂକ 1:2
ହେ ସଦାପ୍ରଭୁ, ମୁଁ କେତେ କାଳ ଆର୍ତ୍ତନାଦ କରିବି, ଆଉ ତୁମ୍ଭେ ଶୁଣିବ ନାହିଁ ? ମୁଁ ଦୌରାତ୍ମ୍ୟ ବିଷୟରେ ତୁମ୍ଭ ନିକଟରେ ଆର୍ତ୍ତନାଦ କରୁଅଛି ଓ ତୁମ୍ଭେ ଉଦ୍ଧାର କରିବ ନାହିଁ।
Explore ହବକ୍କୂକ 1:2
3
ହବକ୍କୂକ 1:3
ତୁମ୍ଭେ କାହିଁକି ମୋତେ ଅଧର୍ମ ଦେଖାଉଅଛ ଓ କୁଟିଳତା ପ୍ରତି ଦୃଷ୍ଟିପାତ କରୁଅଛ ? କାରଣ ମୋ’ ସମ୍ମୁଖରେ ଧନାପହାର ଓ ଦୌରାତ୍ମ୍ୟ ଥାଏ; ପୁଣି, ବିବାଦ ହୁଏ ଓ ବିରୋଧ ବଢ଼ି ଉଠେ।
Explore ହବକ୍କୂକ 1:3
4
ହବକ୍କୂକ 1:4
ଏଥିପାଇଁ ବ୍ୟବସ୍ଥା ନିସ୍ତେଜ ହୋଇଅଛି ଓ ବିଚାର କେବେ ନିଷ୍ପନ୍ନ ହେଉ ନାହିଁ; କାରଣ ଦୁର୍ଜ୍ଜନମାନେ ଧାର୍ମିକକୁ ଘେରନ୍ତି; ଏଥିପାଇଁ ବିଚାର ବିପରୀତ ହୋଇପଡ଼େ।
Explore ହବକ୍କୂକ 1:4