ତୁମ୍ଭେମାନେ ପର୍ବତକୁ ଯାଇ କାଷ୍ଠ ଆଣ ଓ ଏହି ଗୃହ ନିର୍ମାଣ କର; ତହିଁରେ ଆମ୍ଭେ ତହିଁ ପ୍ରତି ପ୍ରସନ୍ନ ହେବା ଓ ଆମ୍ଭେ ଗୌରବାନ୍ୱିତ ହେବା, ଏହା ସଦାପ୍ରଭୁ କହନ୍ତି। ତୁମ୍ଭେମାନେ ବହୁତ ନିମନ୍ତେ ଅପେକ୍ଷା କଲ, ଆଉ ଦେଖ, ତାହା ଅଳ୍ପ ହେଲା; ପୁଣି, ତାହା ଗୃହକୁ ଆଣିଲା ବେଳେ ଆମ୍ଭେ ତହିଁ ଉପରେ ଫୁଙ୍କି ଉଡ଼ାଇ ଦେଲୁ। ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଏହାର କାରଣ କଅଣ ? ଏହି, ଆମ୍ଭର ଗୃହ ଭଗ୍ନ ହୋଇ ପଡ଼ିଅଛି, ମାତ୍ର ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଗୃହ ବିଷୟରେ ଦୌଡ଼ୁଅଛ।