1
ହାଗୟ 2:9
ଓଡିଆ ବାଇବେଲ
ORYIRV
ଏହି ଗୃହର ପୂର୍ବ କାଳର ଐଶ୍ୱର୍ଯ୍ୟ ଅପେକ୍ଷା ଶେଷ କାଳର ଐଶ୍ୱର୍ଯ୍ୟ ଅଧିକ ଗୁରୁତର ହେବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ପୁଣି, ଏହି ସ୍ଥାନରେ ଆମ୍ଭେ ଶାନ୍ତି ପ୍ରଦାନ କରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Compare
Explore ହାଗୟ 2:9
2
ହାଗୟ 2:7
ପୁଣି, ଆମ୍ଭେ ସକଳ ଗୋଷ୍ଠୀଙ୍କୁ ହଲାଇବା, ଆଉ ସମସ୍ତ ଗୋଷ୍ଠୀର ବାଞ୍ଛନୀୟ ବିଷୟସକଳ ଆସିବ, ପୁଣି ଆମ୍ଭେ ଏହି ଗୃହକୁ ଐଶ୍ୱର୍ଯ୍ୟରେ ପରିପୂର୍ଣ୍ଣ କରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Explore ହାଗୟ 2:7
3
ହାଗୟ 2:4
ତଥାପି ସଦାପ୍ରଭୁ କହନ୍ତି, ହେ ଯିରୁବ୍ବାବିଲ୍, ତୁମ୍ଭେ ଏବେ ବଳବାନ ହୁଅ; ଆଉ, ହେ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକ, ତୁମ୍ଭେ ବଳବାନ ହୁଅ; ପୁଣି, ହେ ଦେଶସ୍ଥ ଲୋକ ସମସ୍ତେ, ତୁମ୍ଭେମାନେ ବଳବାନ ହୁଅ ଓ କାର୍ଯ୍ୟ କର, ଏହା ସଦାପ୍ରଭୁ କହନ୍ତି
Explore ହାଗୟ 2:4
4
ହାଗୟ 2:5
କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ମିସର ଦେଶରୁ ବାହାରି ଆସିବା ବେଳେ ଓ ଆମ୍ଭ ଆତ୍ମା ତୁମ୍ଭମାନଙ୍କ ମଧ୍ୟରେ ଅଧିଷ୍ଠାନ କରିବା ବେଳେ ଆମ୍ଭେ ତୁମ୍ଭମାନଙ୍କ ସହିତ ଯେଉଁ ନିୟମ ସ୍ଥିର କଲୁ, ସେହି ନିୟମର ବାକ୍ୟ ପ୍ରମାଣେ ଆମ୍ଭେ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛୁ; ତୁମ୍ଭେମାନେ ଭୟ କର ନାହିଁ।
Explore ହାଗୟ 2:5