ପୁଣି ଗିଲୀୟଦୀୟ ଲୋକମାନେ ଇଫ୍ରୟିମୀୟମାନଙ୍କ ନିକଟସ୍ଥ ଯର୍ଦ୍ଦନ ଘାଟ ହସ୍ତଗତ କଲେ; ତହିଁରେ ଇଫ୍ରୟିମର ପଳାତକ କୌଣସି ଲୋକ ଯେତେବେଳେ ଆମ୍ଭକୁ ପାର ହୋଇ ଯିବାକୁ ଦିଅ ବୋଲି କହିଲା, ସେତେବେଳେ ଗିଲୀୟଦର ଲୋକମାନେ ତାହାକୁ ପଚାରିଲେ, ତୁମ୍ଭେ କି ଇଫ୍ରୟିମୀୟ ଲୋକ ? ଯେବେ ସେ କହିଲା, ନା; ତେବେ ସେମାନେ ତାହାକୁ କହିଲେ, କହ ତ “ଶିବ୍ବୋଲେତ୍” ତହିଁରେ ସେ କହିଲା, “ସିବ୍ବୋଲେତ୍”, କାରଣ ସେ ତାହା ଶୁଦ୍ଧ ରୂପେ ଉଚ୍ଚାରଣ କରି ପାରିଲା ନାହିଁ; ତେବେ ସେମାନେ ତାହାକୁ ଧରି ଯର୍ଦ୍ଦନ ଘାଟରେ ବଧ କଲେ; ଆଉ ସେହି ସମୟରେ ଇଫ୍ରୟିମର ବୟାଳିଶ ହଜାର ଲୋକ ମାରା ପଡ଼ିଲେ।