ସୂର୍ଯ୍ୟ ଓ ଚନ୍ଦ୍ର ଅନ୍ଧକାରମୟ ହୋଇଅଛନ୍ତି
ଓ ନକ୍ଷତ୍ରଗଣ ଆପଣା ଆପଣା ତେଜ ରହିତ କରୁଅଛନ୍ତି।
ପୁଣି, ସଦାପ୍ରଭୁ ସିୟୋନରୁ ଗର୍ଜ୍ଜନ କରିବେ
ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ;
ତହିଁରେ ଆକାଶମଣ୍ଡଳ ଓ ପୃଥିବୀ କମ୍ପିତ ହେବେ;
ମାତ୍ର ସଦାପ୍ରଭୁ ଆପଣା ଲୋକମାନଙ୍କ ପ୍ରତି ଆଶ୍ରୟ ହେବେ
ଓ ଇସ୍ରାଏଲ ସନ୍ତାନଗଣ ପ୍ରତି ଦୃଢ଼ ଦୁର୍ଗ ହେବେ।