1
ଯିରିମୀୟଙ୍କ ବିଳାପ 1:1
ଓଡିଆ ବାଇବେଲ
ORYIRV
ହାୟ ହାୟ, ଲୋକରେ ପରିପୂର୍ଣ୍ଣ ନଗରୀ କିପରି ଏକାକିନୀ ହୋଇ ବସିଅଛି ! ସେ କିପରି ବିଧବା ତୁଲ୍ୟ ହୋଇଅଛି ! ଯେ ଗୋଷ୍ଠୀଗଣ ମଧ୍ୟରେ ପ୍ରଧାନା ଥିଲା ଓ ପ୍ରଦେଶ ସମୂହ ମଧ୍ୟରେ ରାଣୀ ଥିଲା, ସେ କିପରି କରଦାୟିନୀ ହୋଇଅଛି !
Compare
Explore ଯିରିମୀୟଙ୍କ ବିଳାପ 1:1
2
ଯିରିମୀୟଙ୍କ ବିଳାପ 1:2
ସେ ରାତ୍ରିରେ ଅତିଶୟ ରୋଦନ କରେ, ତାହାର ଲୋତକ ଗାଲରେ ପଡ଼ିଅଛି; ତାହାର ସମସ୍ତ ପ୍ରେମିକଙ୍କ ମଧ୍ୟରେ ତାହାକୁ ସାନ୍ତ୍ୱନା କରିବାକୁ କେହି ନାହାନ୍ତି; ତାହାର ବନ୍ଧୁ ସମସ୍ତେ ତାହାକୁ ପ୍ରବଞ୍ଚନା କରିଅଛନ୍ତି, ସେମାନେ ତାହାର ଶତ୍ରୁ ହୋଇଅଛନ୍ତି।
Explore ଯିରିମୀୟଙ୍କ ବିଳାପ 1:2
3
ଯିରିମୀୟଙ୍କ ବିଳାପ 1:20
ହେ ସଦାପ୍ରଭୁ, ଦେଖ; କାରଣ ମୁଁ ବିପଦଗ୍ରସ୍ତା; ମୋହର ଅନ୍ତ୍ର ବ୍ୟଥିତ ହେଉଅଛି; ମୋର ହୃଦୟ ମୋ’ ଅନ୍ତରରେ ବିକାରପ୍ରାପ୍ତ ହେଉଅଛି; କାରଣ ମୁଁ ଅତ୍ୟନ୍ତ ବିଦ୍ରୋହାଚରଣ କରିଅଛି; ବାହାରେ ଖଡ୍ଗ ବଧ କରୁଅଛି, ଗୃହରେ ମୃତ୍ୟୁୁ ଥିଲା ପରି ହେଉଅଛି।
Explore ଯିରିମୀୟଙ୍କ ବିଳାପ 1:20