1
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26:12
ଓଡିଆ ବାଇବେଲ
ORYIRV
ପୁଣି ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ଗମନାଗମନ କରିବା ଓ ତୁମ୍ଭମାନଙ୍କର ପରମେଶ୍ୱର ହେବା ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ।
Compare
Explore ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26:12
2
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26:4
ତେବେ ଆମ୍ଭେ ଉପଯୁକ୍ତ ସମୟରେ ତୁମ୍ଭମାନଙ୍କୁ ବୃଷ୍ଟି ଦାନ କରିବା, ତହିଁରେ ଭୂମି ନିଜ ଶସ୍ୟର ପୂର୍ଣ୍ଣତା ଉତ୍ପନ୍ନ କରିବ ଓ କ୍ଷେତ୍ରର ବୃକ୍ଷସକଳ ଆପଣା ଆପଣା ଫଳ ଉତ୍ପନ୍ନ କରିବ।
Explore ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26:4
3
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26:3
ଯଦି ତୁମ୍ଭେମାନେ ଆମ୍ଭର ବିଧି ଅନୁସାରେ ଚ଼ାଲିବ ଓ ଆମ୍ଭର ଆଜ୍ଞା ମାନ୍ୟ କରି ପାଳନ କରିବ
Explore ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26:3
4
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26:6
ଆଉ, ଆମ୍ଭେ ଦେଶରେ ଶାନ୍ତି ପ୍ରଦାନ କରିବା, ତହିଁରେ ତୁମ୍ଭେମାନେ ଶୟନ କଲେ, କେହି ତୁମ୍ଭମାନଙ୍କୁ ଭୟ ଦେଖାଇବ ନାହିଁ; ପୁଣି ଆମ୍ଭେ ହିଂସ୍ରକ ଜନ୍ତୁମାନଙ୍କୁ ଦେଶରୁ ଦୂର କରିବା ଓ ତୁମ୍ଭମାନଙ୍କ ଦେଶରେ ଖଡ୍ଗ ଭ୍ରମଣ କରିବ ନାହିଁ।
Explore ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26:6
5
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26:9
ଆଉ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ପ୍ରସନ୍ନମୁଖ ହେବା ଓ ତୁମ୍ଭମାନଙ୍କୁ ପ୍ରଜାବନ୍ତ ଓ ବହୁବଂଶ କରିବା ଓ ତୁମ୍ଭମାନଙ୍କ ସହିତ ଆପଣା ନିୟମ ସ୍ଥିର କରିବା।
Explore ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26:9
6
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26:13
ତୁମ୍ଭେମାନେ ଯେପରି ସେମାନଙ୍କର ଦାସ ନ ହେବ, ଏଥିପାଇଁ ଯେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆମ୍ଭେ ଅଟୁ; ଆମ୍ଭେ ତୁମ୍ଭମାନଙ୍କ ଯୁଆଳିର ଯୋତ ଭାଙ୍ଗିଅଛୁ ଓ ତୁମ୍ଭମାନଙ୍କୁ ସିଧା ଚାଲିବାକୁ ଦେଇଅଛୁ।
Explore ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26:13
7
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26:11
ଆଉ ଆମ୍ଭେ ଆପଣା ଆବାସ ତୁମ୍ଭମାନଙ୍କ ମଧ୍ୟରେ ସ୍ଥାପନ କରିବା ଓ ଆମ୍ଭର ପ୍ରାଣ ତୁମ୍ଭମାନଙ୍କୁ ଘୃଣା କରିବ ନାହିଁ।
Explore ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26:11
8
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26:1
“ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଦେବମୂର୍ତ୍ତି ନିର୍ମାଣ କରିବ ନାହିଁ, କିଅବା ଆପଣାମାନଙ୍କ ନିମନ୍ତେ ଖୋଦିତ ପ୍ରତିମା କି ସ୍ତମ୍ଭ ସ୍ଥାପନ କରିବ ନାହିଁ ଓ ତାହା ନିକଟରେ ପ୍ରଣାମ କରିବା ନିମନ୍ତେ ତୁମ୍ଭମାନଙ୍କ ଦେଶରେ କୌଣସି ଖୋଦିତ ପ୍ରସ୍ତର ରଖିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
Explore ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26:1
9
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26:10
ପୁଣି ତୁମ୍ଭେମାନେ ବହୁସମୟର ସଞ୍ଚିତ ପୁରାତନ ଶସ୍ୟ ଭୋଜନ କରିବ ଓ ତୁମ୍ଭେମାନେ ନୂତନ ଶସ୍ୟ ହେତୁ ପୁରାତନ ଶସ୍ୟ ବାହାର କରିବ।
Explore ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26:10
10
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26:8
ପୁଣି ତୁମ୍ଭମାନଙ୍କର ପାଞ୍ଚ ଜଣ ଶହେ ଜଣଙ୍କୁ ଘଉଡ଼ାଇ ଦେବ ଓ ତୁମ୍ଭମାନଙ୍କର ଶହେ ଜଣ ଦଶସହସ୍ର ଜଣଙ୍କୁ ଘଉଡ଼ାଇ ଦେବ; ଆଉ ତୁମ୍ଭମାନଙ୍କର ଶତ୍ରୁଗଣ ତୁମ୍ଭମାନଙ୍କ ଆଗେ ଖଡ୍ଗରେ ପଡ଼ିବେ।
Explore ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26:8
11
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26:5
ଆଉ ତୁମ୍ଭମାନଙ୍କର ଶସ୍ୟମର୍ଦ୍ଦନର ସମୟ ଦ୍ରାକ୍ଷା ସଂଗ୍ରହର ସମୟ ପର୍ଯ୍ୟନ୍ତ ଲାଗିବ ଓ ଦ୍ରାକ୍ଷା ସଂଗ୍ରହର ସମୟ ବୀଜ ବୁଣିବାର ସମୟ ପର୍ଯ୍ୟନ୍ତ ଲାଗିବ; ପୁଣି ତୁମ୍ଭେମାନେ ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଭୋଜନ କରିବ ଓ ଆପଣା ଦେଶରେ ନିର୍ଭୟରେ ବାସ କରିବ।
Explore ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26:5
12
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26:7
ଆଉ ତୁମ୍ଭେମାନେ ଆପଣା ଶତ୍ରୁମାନଙ୍କୁ ଘଉଡ଼ାଇ ଦେବ ଓ ସେମାନେ ତୁମ୍ଭମାନଙ୍କ ଆଗେ ଖଡ୍ଗରେ ପଡ଼ିବେ।
Explore ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26:7
13
ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26:2
ତୁମ୍ଭେମାନେ ଆମ୍ଭର ସକଳ ବିଶ୍ରାମ ଦିବସ ପାଳନ କରିବ ଓ ଆମ୍ଭର ପବିତ୍ର ସ୍ଥାନକୁ ସମାଦର କରିବ; ଆମ୍ଭେ ସଦାପ୍ରଭୁ ଅଟୁ।
Explore ମୋଶାଙ୍କ ଲିଖିତ ତୃତୀୟ ପୁସ୍ତକ 26:2