1
ମାଥିଉ 27:46
ଓଡିଆ ବାଇବେଲ
ORYIRV
ଆଉ ପ୍ରାୟ ତିନି ଘଣ୍ଟା ସମୟରେ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, ଏଲୀ, ଏଲୀ, ଲାମା ସବକ୍ଥାନୀ ? ଅର୍ଥାତ୍, ହେ ମୋହର ଈଶ୍ୱର, ହେ ମୋହର ଈଶ୍ୱର, ତୁମ୍ଭେ ମୋତେ କାହିଁକି ପରିତ୍ୟାଗ କଲ ?
Compare
Explore ମାଥିଉ 27:46
2
ମାଥିଉ 27:51-52
ପୁଣି, ଦେଖ, ମନ୍ଦିରର ବିଚ୍ଛେଦବସ୍ତ୍ର ଉପରୁ ତଳ ପର୍ଯ୍ୟନ୍ତ ଚିରି ଦୁଇ ଖଣ୍ଡ ହେଲା, ଆଉ ଭୂମିକମ୍ପ ହେଲା ଓ ଶୈଳସବୁ ବିଦୀର୍ଣ୍ଣ ହେଲା, ପୁଣି, ସମାଧିସମୂହ ଉନ୍ମୁକ୍ତ ହେଲା ଓ ମହାନିଦ୍ରାଗତ ଅନେକ ସାଧୁଲୋକଙ୍କ ଶରୀର ଉତ୍ଥାପିତ ହେଲା
Explore ମାଥିଉ 27:51-52
3
ମାଥିଉ 27:50
କିନ୍ତୁ ଯୀଶୁ ପୁନର୍ବାର ଉଚ୍ଚସ୍ୱରରେ ଡାକି ପ୍ରାଣତ୍ୟାଗ କଲେ ।
Explore ମାଥିଉ 27:50
4
ମାଥିଉ 27:54
ଶତସେନାପତି ଓ ତାହାଙ୍କ ସାଙ୍ଗରେ ଯେଉଁମାନେ ଯୀଶୁଙ୍କୁ ଜଗିଥିଲେ, ସେମାନେ ଭୂମିକମ୍ପାଦି ଘଟଣା ଦେଖି ଅତ୍ୟନ୍ତ ଭୀତ ହୋଇ ରହିଲେ, ସତ୍ୟ, ଏ ଈଶ୍ୱରଙ୍କ ପୁତ୍ର ଥିଲେ ।
Explore ମାଥିଉ 27:54
5
ମାଥିଉ 27:45
ପରେ ବାର ଘଣ୍ଟାଠାରୁ ତିନି ଘଣ୍ଟା ପର୍ଯ୍ୟନ୍ତ ଦେଶଯାକ ଅନ୍ଧକାର ଘୋଟିଗଲା ।
Explore ମାଥିଉ 27:45
6
ମାଥିଉ 27:22-23
ପୀଲାତ ସେମାନଙ୍କୁ ପଚାରିଲେ, ତେବେ କାହାକୁ ଖ୍ରୀଷ୍ଟ କହନ୍ତି, ସେହି ଯୀଶୁ ପ୍ରତି କ'ଣ କରିବା ? ସେମାନେ ସମସ୍ତେ କହିଲେ, ସେ କ୍ରୁଶରେ ଚଢ଼ାଯାଉ । ସେଥିରେ ପୀଲାତ ପଚାରିଲେ, କାହିଁକି, ସେ କି ଦୋଷ କରିଅଛି ? କିନ୍ତୁ ସେମାନେ ଅତ୍ୟନ୍ତ ଚିତ୍କାର କରି କହିଲେ, ସେ କ୍ରୁଶରେ ଚଢ଼ାଯାଉ ।
Explore ମାଥିଉ 27:22-23