1
ମାଥିଉ 28:19-20
ଓଡିଆ ବାଇବେଲ
ଅତଏବ, ତୁମ୍ଭେମାନେ ଯାଇ ସମସ୍ତ ଜାତିର ଲୋକଙ୍କୁ ପିତା, ପୁତ୍ର ଓ ପବିତ୍ର ଆତ୍ମାଙ୍କ ନାମରେ ବାପ୍ତିସ୍ମ ଦେଇ, ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହି ସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗାନ୍ତ ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି ।
Compare
Explore ମାଥିଉ 28:19-20
2
ମାଥିଉ 28:18
ପୁଣି, ଯୀଶୁ ସେମାନଙ୍କ ନିକଟକୁ ଆସି ଆଳାପ କରି କହିଲେ, ସ୍ୱର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ଦିଆଯାଇଅଛି ।
Explore ମାଥିଉ 28:18
3
ମାଥିଉ 28:5-6
କିନ୍ତୁ ଦୂତ ସ୍ତ୍ରୀଲୋକମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଭୟ କର ନାହିଁ, କାରଣ ତୁମ୍ଭେମାନେ ଯେ କ୍ରୁଶରେ ହତ ଯୀଶୁଙ୍କୁ ଖୋଜୁଅଛ, ତାହା ମୁଁ ଜାଣେ । ସେ ଏଠାରେ ନାହାଁନ୍ତି, କାରଣ ସେ ଯେପରି କହିଥିଲେ, ସେହିପରି ଉଠିଅଛନ୍ତି । ଆସ, ସେ ଯେଉଁଠାରେ ଶୋଇଥିଲେ ସେହି ସ୍ଥାନ ଦେଖ ।
Explore ମାଥିଉ 28:5-6
4
ମାଥିଉ 28:10
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଭୟ କର ନାହିଁ, ତୁମ୍ଭେମାନେ ଯାଇ ମୋହର ଭାଇମାନଙ୍କୁ ଜଣାଅ, ସେମାନେ ଗାଲିଲୀକୁ ଯାଆନ୍ତୁ; ସେଠାରେ ସେମାନେ ମୋହର ଦର୍ଶନ ପାଇବେ ।
Explore ମାଥିଉ 28:10
5
ମାଥିଉ 28:12-15
ସେମାନେ ପ୍ରାଚୀନବର୍ଗ ସହିତ ଏକତ୍ର ହୋଇ ମନ୍ତ୍ରଣା କଲା ପରେ ସେହି ସୈନ୍ୟମାନଙ୍କୁ ବହୁତ ଟଙ୍କା ଦେଇ କହିଲେ, ତୁମ୍ଭେମାନେ କୁହ, ଆମ୍ଭେମାନେ ଶୋଇପଡ଼ିଥିବା ସମୟରେ ତାହାଙ୍କର ଶିଷ୍ୟମାନେ ରାତିରେ ଆସି ତାହାଙ୍କୁ ଚୋରି କରି ନେଇଗଲେ । ପୁଣି, ଏକଥା ଯେବେ ଶାସନକର୍ତ୍ତାଙ୍କ କର୍ଣ୍ଣଗୋଚର ହୁଏ, ତାହାହେଲେ ଆମ୍ଭେମାନେ ତାହାଙ୍କୁ ବୁଝାଇ ତୁମ୍ଭମାନଙ୍କୁ ଚିନ୍ତାରୁ ମୁକ୍ତ କରିବା । ସେଥିରେ ସେମାନେ ଟଙ୍କା ନେଇ ଯେପରି ଶିକ୍ଷା ପାଇଥିଲେ, ସେହିପରି କଲେ । ଏଣୁ ଏହି କଥା ଯିହୂଦୀମାନଙ୍କ ମଧ୍ୟରେ ବ୍ୟାପିଯାଇ ଆଜି ପର୍ଯ୍ୟନ୍ତ ପ୍ରଚଳିତ ଅଛି ।
Explore ମାଥିଉ 28:12-15
YouVersion uses cookies to personalize your experience. By using our website, you accept our use of cookies as described in our Privacy Policy
Home
Bible
Plans
Videos