1
ମାଥିଉ 7:7
ଓଡିଆ ବାଇବେଲ
ORYIRV
ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ୱାରରେ ମାର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଫିଟାଇ ଦିଆଯିବ ।
Compare
Explore ମାଥିଉ 7:7
2
ମାଥିଉ 7:8
କାରଣ ଯେ କେହି ମାଗେ, ସେ ପାଏ; ଯେ ଖୋଜେ, ସେ ସନ୍ଧାନ ପାଏ; ଆଉ, ଯେ ଦ୍ୱାରରେ ମାରେ, ତାହା ନିମନ୍ତେ ଫିଟାଇ ଦିଆଯିବ ।
Explore ମାଥିଉ 7:8
3
ମାଥିଉ 7:24
ଏଣୁ ଯେ କେହି ମୋହର ଏହି ସମସ୍ତ କଥା ଶୁଣେ ଓ ପାଳନ କରେ, ସେ ପଥର ଉପରେ ଘର ତିଆରି କରିବା ଜଣେ ବୁଦ୍ଧିମାନ ଲୋକ ସଦୃଶ ହେବ ।
Explore ମାଥିଉ 7:24
4
ମାଥିଉ 7:12
ଅତଏବ ଲୋକମାନେ ତୁମ୍ଭମାନଙ୍କ ପ୍ରତି ଯାହାସବୁ କରନ୍ତୁ ବୋଲି ଇଚ୍ଛା କର, ତୁମ୍ଭେମାନେ ମଧ୍ୟ ସେମାନଙ୍କ ପ୍ରତି ସେହି ସବୁ କର, କାରଣ ଏହା ହିଁ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ରର ସାର ।
Explore ମାଥିଉ 7:12
5
ମାଥିଉ 7:14
ଆଉ ଜୀବନକୁ ନେଇଯିବା ଦ୍ୱାର ସଂକୀର୍ଣ୍ଣ ଓ ପଥ ଦୁର୍ଗମ, ପୁଣି, ତାହାର ସନ୍ଧାନ ପାଇବା ଲୋକେ ଅଳ୍ପ ।
Explore ମାଥିଉ 7:14
6
ମାଥିଉ 7:13
ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କର, କାରଣ ସର୍ବନାଶକୁ ନେଇଯିବା ଦ୍ୱାର ଓସାର ଓ ପଥ ପ୍ରଶସ୍ତ, ପୁଣି, ତାହା ଦେଇ ପ୍ରବେଶ କରିବା ଲୋକେ ଅନେକ ।
Explore ମାଥିଉ 7:13
7
ମାଥିଉ 7:11
ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ମଧ୍ୟ ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ତାହାଙ୍କ ଛାମୁରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ଉତ୍ତମ ଉତ୍ତମ ବିଷୟ ନ ଦେବେ !
Explore ମାଥିଉ 7:11
8
ମାଥିଉ 7:1-2
ତୁମ୍ଭେମାନେ ଯେପରି ବିଚାରିତ ନ ହେବ, ଏଥିପାଇଁ ବିଚାର କର ନାହିଁ । କାରଣ ଯେଉଁ ବିଚାରରେ ବିଚାର କର, ସେହି ବିଚାରରେ ତୁମ୍ଭମାନେ ବିଚାରିତ ହେବ; ପୁଣି, ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଇ ଦିଆଯିବ ।
Explore ମାଥିଉ 7:1-2
9
ମାଥିଉ 7:26
ଆଉ ଯେ କେହି ମୋର ଏହି ସମସ୍ତ କଥା ଶୁଣି ପାଳନ କରେ ନାହିଁ, ସେ ବାଲି ଉପରେ ଘର ତିଆରି କରିବା ଜଣେ ମୁର୍ଖ ଲୋକ ଭଳି ହେବ ।
Explore ମାଥିଉ 7:26
10
ମାଥିଉ 7:3-4
ଆଉ କାହିଁକି ତୁମ୍ଭ ଭାଇର ଆଖିର ଥିବା କୁଟାଟିକକ ଦେଖୁଅଛ, କିନ୍ତୁ ତୁମ୍ଭ ନିଜ ଆଖିରେ ଯେଉଁ କଡ଼ିକାଠ ଅଛି, ତାହା ଭାବି ଦେଖୁ ନାହଁ ? ଅଥବା ତୁମ୍ଭେ କିପରି ଆପଣା ଭାଇ କି କହିବ, ଆସ, ତୁମ୍ଭ ଆଖିରୁ କୁଟାଟିକକ ବାହାର କରିଦିଏ ? ଆଉ ଦେଖ, ତୁମ୍ଭ ଆଖିରେ କଡ଼ିକାଠ ଅଛି!
Explore ମାଥିଉ 7:3-4
11
ମାଥିଉ 7:15-16
ଭଣ୍ଡ ଭାବବାଦୀମାନଙ୍କଠାରୁ ସାବଧାନ ହୋଇଥାଅ; ସେମାନେ ମେଣ୍ଢାବେଶରେ ତୁମ୍ଭମାନଙ୍କ ପାଖକୁ ଆସନ୍ତି, କିନ୍ତୁ ଅନ୍ତରରେ ସେମାନେ ହିଂସ୍ରକ ବାଘ ! ସେମାନଙ୍କ ଫଳ ଦ୍ୱାରା ତୁମ୍ଭେମାନେ ସେମାନଙ୍କୁ ଚିହ୍ନିବ । ଲୋକମାନେ କି କଣ୍ଟାଗଛରୁ ଦ୍ରାକ୍ଷାଫଳ କିମ୍ବା କାନକୋଳି ଗଛରୁ ଡିମ୍ବିରି ଫଳ ତୋଳନ୍ତି ?
Explore ମାଥିଉ 7:15-16
12
ମାଥିଉ 7:17
ସେହି ପ୍ରକାରେ ସବୁ ଭଲ ଗଛ ଭଲ ଫଳ ଫଳେ, କିନ୍ତୁ ମନ୍ଦ ଗଛ ମନ୍ଦ ଫଳ ଫଳେ।
Explore ମାଥିଉ 7:17
13
ମାଥିଉ 7:18
ଭଲ ଗଛ ମନ୍ଦ ଫଳ ଫଳି ନ ପାରେ, କିଅବା ମନ୍ଦ ଗଛ ଭଲ ଫଳ ଫଳି ନ ପାରେ ।
Explore ମାଥିଉ 7:18
14
ମାଥିଉ 7:19
ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯାଏ ।
Explore ମାଥିଉ 7:19