1
ମାର୍କ 11:24
ଓଡିଆ ବାଇବେଲ
ORYIRV
ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ଯାହା ଯାହା ପ୍ରାର୍ଥନା କର ଓ ମାଗ, ସେ ସବୁ ପାଇଅଛ ବୋଲି ବିଶ୍ୱାସ କର, ସେଥିରେ ସେହି ସବୁ ପାଇବ ।
Compare
Explore ମାର୍କ 11:24
2
ମାର୍କ 11:23
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଏହି ପର୍ବତକୁ ତୁ ଉଠି ସମୁଦ୍ରରେ ଯାଇ ପଡ଼ ବୋଲି କହିବ, ଆଉ ଆପଣା ହୃଦୟରେ ସନ୍ଦେହ ନ କରି, ଯାହା କହୁଅଛି, ତାହା ଘଟିବ ବୋଲି ବିଶ୍ୱାସ କରିବ, ତା' ନିମନ୍ତେ ତାହା ଘଟିବ ।
Explore ମାର୍କ 11:23
3
ମାର୍କ 11:25
ପୁଣି, ତୁମ୍ଭେମାନେ ଯେକୌଣସି ସମୟରେ ପ୍ରାର୍ଥନା କରିବାକୁ ଠିଆ ହୁଅ, ଯଦି କାହାରି ବିରୁଦ୍ଧରେ ତୁମ୍ଭମାନଙ୍କର କିଛି କଥା ଥାଏ, ତାହାହେଲେ କ୍ଷମା କର, ଯେପରି ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ମଧ୍ୟ ତୁମ୍ଭମାନଙ୍କର ଅପରାଧସବୁ କ୍ଷମା କରିବେ ।
Explore ମାର୍କ 11:25
4
ମାର୍କ 11:22
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଈଶ୍ୱରଙ୍କଠାରେ ବିଶ୍ୱାସ ରଖ ।
Explore ମାର୍କ 11:22
5
ମାର୍କ 11:17
ପୁଣି, ସେ ସେମାନଙ୍କୁ ଶିକ୍ଷା ଦେଉ ଦେଉ କହିଲେ, ଏହା କ'ଣ ଲେଖା ନାହିଁ, ଆମ୍ଭର ଗୃହ ସମସ୍ତ ଜାତି ନିମନ୍ତେ ପ୍ରାର୍ଥନାଗୃହ ବୋଲି କୁହାଯିବ ? କିନ୍ତୁ ତୁମ୍ଭେମାନେ ତାହାକୁ 'ଡକାୟତମାନଙ୍କ ଗହ୍ୱର' କରିଅଛ ।
Explore ମାର୍କ 11:17
6
ମାର୍କ 11:9
ଆଉ ଆଗରେ ଓ ପଛରେ ଯାଉଥିବା ଲୋକମାନେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ହୋଶାନ୍ନା ! ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ !
Explore ମାର୍କ 11:9
7
ମାର୍କ 11:10
ଆମ୍ଭମାନଙ୍କ ପିତୃପୁରୁଷ ଦାଉଦଙ୍କର ଯେଉଁ ରାଜ୍ୟ ଆସୁଅଛି, ତାହା ଧନ୍ୟ ! ଊର୍ଦ୍ଧ୍ୱଲୋକରେ ହୋଶାନ୍ନା !
Explore ମାର୍କ 11:10