1
ମାର୍କ 2:17
ଓଡିଆ ବାଇବେଲ
ORYIRV
ଯୀଶୁ ତାହା ଶୁଣି ସେମାନଙ୍କୁ କହିଲେ, ସୁସ୍ଥ ଲୋକମାନଙ୍କର ବୈଦ୍ୟଠାରେ ପ୍ରୟୋଜନ ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ପ୍ରୟୋଜନ ଅଛି; ମୁଁ ଧାର୍ମିକମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସି ନାହିଁ, କିନ୍ତୁ ପାପୀମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସିଅଛି ।
Compare
Explore ମାର୍କ 2:17
2
ମାର୍କ 2:5
ଯୀଶୁ ସେମାନଙ୍କର ବିଶ୍ୱାସ ଦେଖି ସେହି ପକ୍ଷାଘାତ ରୋଗୀକି କହିଲେ, "ବତ୍ସ, ତୁମ୍ଭର ପାପସବୁ କ୍ଷମା କରାଗଲା ।"
Explore ମାର୍କ 2:5
3
ମାର୍କ 2:27
ଆଉ ସେ ସେମାନଙ୍କୁ କହିଲେ, ବିଶ୍ରାମବାର ମନୁଷ୍ୟ ନିମନ୍ତେ ହୋଇଅଛି, ମନୁଷ୍ୟ ବିଶ୍ରାମବାର ନିମନ୍ତେ ହୋଇ ନାହିଁ ।
Explore ମାର୍କ 2:27
4
ମାର୍କ 2:4
କିନ୍ତୁ ଭିଡ଼ ହେତୁ ତାହାଙ୍କ ପାଖକୁ ଆଣି ନ ପାରିବାରୁ, ସେ ଯେଉଁ ସ୍ଥାନରେ ଥିଲେ, ସେହି ସ୍ଥାନର ଛାତ ଖୋଳି କାଢ଼ିପକାଇଲେ, ଆଉ ତାହା ଭାଙ୍ଗି, ଯେଉଁ ଖଟିଆରେ ପକ୍ଷାଘାତ ରୋଗୀଟି ଶୋଇଥିଲା, ତାହା ଓହ୍ଲାଇଦେଲେ ।
Explore ମାର୍କ 2:4
5
ମାର୍କ 2:10-11
କିନ୍ତୁ ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର-ଏଥିପାଇଁ ସେ ପକ୍ଷାଘାତ ରୋଗୀକୁ କହିଲେ, ମୁଁ ତୁମ୍ଭକୁ କହୁଅଛି, ଉଠ; ନିଜ ଖଟିଆ ଘେନି ଆପଣା ଘରକୁ ଚାଲିଯାଅ ।
Explore ମାର୍କ 2:10-11
6
ମାର୍କ 2:9
କ'ଣ ସହଜ ? ପକ୍ଷାଘାତ ରୋଗୀକି ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା, କିଅବା, ଉଠ, ତୁମ୍ଭର ଖଟିଆ ଘେନି ଚାଲ ବୋଲି କହିବା ?
Explore ମାର୍କ 2:9
7
ମାର୍କ 2:12
ସେଥିରେ ସେ ଉଠି ତତ୍କ୍ଷଣାତ୍ ଖଟିଆ ଘେନି ସମସ୍ତଙ୍କ ସାକ୍ଷାତରେ ବାହାରିଗଲା; ତହିଁରେ ସମସ୍ତେ ଆଚମ୍ବିତ ହୋଇ ଈଶ୍ୱରଙ୍କ ମହିମା କୀର୍ତ୍ତନ କରୁ କରୁ କହିଲେ, ଆମ୍ଭେମାନେ ଏପରି କେବେ ହେଁ ଦେଖି ନ ଥିଲୁ ।
Explore ମାର୍କ 2:12