1
ମାର୍କ 5:34
ଓଡିଆ ବାଇବେଲ
ORYIRV
ତହିଁରେ ଯୀଶୁ ତାହାକୁ କହିଲେ, ବତ୍ସେ, ତୋହର ବିଶ୍ୱାସ ତୋତେ ସୁସ୍ଥ କରିଅଛି; ଶାନ୍ତିରେ ଚାଲିଯା ଓ ତୋହର ରୋଗରୁ ଆରୋଗ୍ୟ ହୋଇରହ ।
Compare
Explore ମାର୍କ 5:34
2
ମାର୍କ 5:25-26
ସେତେବେଳେ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗଗ୍ରସ୍ତା ଜଣେ ସ୍ତ୍ରୀଲୋକ, ଯେ କି ଅନେକ ବୈଦ୍ୟଙ୍କ ଦ୍ୱାରା ବହୁ କ୍ଲେଶ ଭୋଗ କରି ସର୍ବସ୍ୱ ବ୍ୟୟ କରିଥିଲେ ହେଁ କିଛିମାତ୍ର ଉପକାର ନ ପାଇ ବରଂ ଅଧିକ ପୀଡ଼ିତ ହୋଇ ପଡ଼ିଥିଲା
Explore ମାର୍କ 5:25-26
3
ମାର୍କ 5:29
ସେହିକ୍ଷଣି ତାହାର ରକ୍ତସ୍ରାବ ବନ୍ଦ ହେଲା, ପୁଣି, ସେ ଯେ ରୋଗରୁ ଆରୋଗ୍ୟ ହୋଇଅଛି, ଏହା ସେ ନିଜ ଶରୀରରେ ଅନୁଭବ କଲା ।
Explore ମାର୍କ 5:29
4
ମାର୍କ 5:41
ଆଉ ପିଲାର ହାତ ଧରି ତାହାକୁ କହିଲେ, 'ଟଲିଥାକୁମ୍', ଅର୍ଥାତ୍ ଆଗୋ ବାଳିକା, ମୁଁ ତୋତେ କହୁଅଛି ଉଠ୍ ।
Explore ମାର୍କ 5:41
5
ମାର୍କ 5:35-36
ସେ ଏହି କଥା କହୁଥିବା ସମୟରେ ସମାଜଗୃହର ଅଧ୍ୟକ୍ଷ୍ୟଙ୍କ ଘରୁ ଲୋକେ ଆସି କହିଲେ, ଆପଣଙ୍କ ଝିଅଟି ମରିଗଲାଣି, ଗୁରୁଙ୍କୁ କାହିଁକି ଆଉ କଷ୍ଟ ଦେଉଅଛନ୍ତି ? କିନ୍ତୁ ଯୀଶୁ ସେ କଥା ଶୁଣି ନ ଶୁଣିଲା ପରି ପରି ସମାଜଗୃହର ଅଧ୍ୟକ୍ଷ୍ୟଙ୍କୁ କହିଲେ, ଭୟ କର ନାହିଁ, କେବଳ ବିଶ୍ୱାସ କର ।
Explore ମାର୍କ 5:35-36
6
ମାର୍କ 5:8-9
କାରଣ ଯୀଶୁ ତାହାକୁ କହିବାକୁ ଯାଉଥିଲେ, ରେ ଅଶୁଚି ଆତ୍ମା, ଏହି ଲୋକଠାରୁ ବାହାରିଯା । ଆଉ ଯୀଶୁ ତାହାକୁ ପଚାରିଲେ, ତୋର ନାଁ କ'ଣ ? ସେ ତାହାକୁ କହିଲା, ମୋର ନାଁ ବାହିନୀ, ଯେଣୁ ଆମେ ଅନେକ ।
Explore ମାର୍କ 5:8-9