1
ମାର୍କ 7:21-23
ଓଡିଆ ବାଇବେଲ
ORYIRV
କାରଣ ଭିତରୁ, ମନୁଷ୍ୟର ହୃଦୟରୁ, କୁଚିନ୍ତା ବାହାରେ ବେଶ୍ୟାଗମନ, ଚୋରି, ନରହତ୍ୟା, ବ୍ୟଭିଚାର, ଲୋଭ, ଦୁଷ୍ଟତା, ଶଠତା, କାମୁକତା, ଈର୍ଷାଦୃଷ୍ଟି, ନିନ୍ଦା, ଅହଙ୍କାର, ମୁର୍ଖତା; ଏହି ସମସ୍ତ ମନ୍ଦ ବିଷୟ ଭିତରୁ ବାହାରି ମନୁଷ୍ୟକୁ ଅଶୁଚି କରେ ।
Compare
Explore ମାର୍କ 7:21-23
2
ମାର୍କ 7:15
ମନୁଷ୍ୟର ବାହାରେ ଏପରି କୌଣସି ବିଷୟ ନାହିଁ, ଯାହାକି ତାହାର ଭିତରେ ପ୍ରବେଶ କରି ତାହାକୁ ଅଶୁଚି କରି ପାରେ, କିନ୍ତୁ ଯାହା ଯାହା ମନୁଷ୍ୟଠାରୁ ବାହାରେ, ସେହି ସବୁ ତାହାକୁ ଅଶୁଚି କରେ ।
Explore ମାର୍କ 7:15
3
ମାର୍କ 7:6
ସେ ସେମାନଙ୍କୁ କହିଲେ, ରେ କପଟୀମାନେ, ଯିଶାଇୟ ତୁମ୍ଭମାନଙ୍କ ବିଷୟରେ ଯଥାର୍ଥ ରୂପେ ଭାବବାଣୀ କହିଅଛନ୍ତି, ଯେପରି ଲେଖା ଅଛି, ଏହି ଜାତି ମୁଖରେ ଆମ୍ଭକୁ ସମାଦର କରନ୍ତି, କିନ୍ତୁ ସେମାନଙ୍କ ହୃଦୟ ଆମ୍ଭଠାରୁ ଦୂରରେ ଥାଏ ।
Explore ମାର୍କ 7:6
4
ମାର୍କ 7:7
ସେମାନେ ମନୁଷ୍ୟମାନଙ୍କ ବିଧିଗୁଡ଼ିକୁ ଧର୍ମର ଉପଦେଶବାଣୀ ବୋଲି ଶିକ୍ଷା ଦେଇ ବୃଥାରେ ଆମ୍ଭର ଆରାଧନା କରନ୍ତି ।
Explore ମାର୍କ 7:7
5
ମାର୍କ 7:8
ତୁମ୍ଭେମାନେ ଈଶ୍ୱରଙ୍କ ଆଜ୍ଞା ପରିତ୍ୟାଗ କରି ମନୁଷ୍ୟମାନଙ୍କ ପରମ୍ପରାଗତ ରୀତିନୀତି ଧରି ବସିଅଛ ।
Explore ମାର୍କ 7:8