1
ମାର୍କ 8:35
ଓଡିଆ ବାଇବେଲ
ORYIRV
କାରଣ ଯେ କେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେ କେହି ମୋହର ଓ ସୁସମାଚାର ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ରକ୍ଷା କରିବ ।
Compare
Explore ମାର୍କ 8:35
2
ମାର୍କ 8:36
ଆଉ ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ନିଜ ଜୀବନ ହରାଏ, ତେବେ ତାହାର କି ଲାଭ ?
Explore ମାର୍କ 8:36
3
ମାର୍କ 8:34
ତତ୍ପରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଲୋକସମୂହକୁ ନିକଟକୁ ଡାକି କହିଲେ, କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ଆପଣା କ୍ରୁଶ ଘେନି ମୋହର ଅନୁଗମନ କରୁ ।
Explore ମାର୍କ 8:34
4
ମାର୍କ 8:37-38
ପୁଣି, ମନୁଷ୍ୟ ଆପଣା ଜୀବନ ବଦଳରେ କଅଣ ଦେଇ ପାରେ ? ଯେଣୁ ଯେ କେହି ଏହି କାଳର ବ୍ୟଭିଚାରୀ ଓ ପାପିଷ୍ଠ ଲୋକମାନଙ୍କ ମଧ୍ୟରେ ମୋହର ଓ ମୋହର ବାକ୍ୟ ବିଷୟରେ ଲଜ୍ଜାବୋଧ କରେ, ମନୁଷ୍ୟପୁତ୍ର ଯେତେବେଳେ ପବିତ୍ର ଦୂତମାନଙ୍କ ସହିତ ଆପଣା ପିତାଙ୍କ ମହିମାରେ ଆଗମନ କରିବେ, ସେତେବେଳେ ସେ ମଧ୍ୟ ତାହା ବିଷୟରେ ଲଜ୍ଜାବୋଧ କରିବେ ।
Explore ମାର୍କ 8:37-38
5
ମାର୍କ 8:29
ସେ ସେମାନଙ୍କୁ ପଚାରିଲେ, କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କ'ଣ କହୁଅଛ ? ପିତର ତାହାଙ୍କୁ ଉତ୍ତର ଦେଲେ, ଆପଣ ଖ୍ରୀଷ୍ଟ ।
Explore ମାର୍କ 8:29