ଏହାପରେ ମୁଁ ସେମାନଙ୍କୁ କହିଲି, “ଆମ୍ଭେମାନେ କିପ୍ରକାର ମନ୍ଦ ଅବସ୍ଥାରେ ଅଛୁ, ଯିରୂଶାଲମ କିପରି ଉଜାଡ଼ ହୋଇ ପଡ଼ିଅଛି ଓ ତହିଁର ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହୋଇଅଛି, ଏହା ତୁମ୍ଭେମାନେ ଦେଖୁଅଛ; ଆସ, ଆମ୍ଭେମାନେ ଯେପରି ଆଉ ନିନ୍ଦାର ପାତ୍ର ନୋହିବା, ଏଥିପାଇଁ ଯିରୂଶାଲମର ପ୍ରାଚୀର ନିର୍ମାଣ କରୁ।” ତହୁଁ ମୋ’ ପ୍ରତି ମୋର ପରମେଶ୍ୱରଙ୍କ ମଙ୍ଗଳମୟ ହସ୍ତ ବିଷୟ, ମଧ୍ୟ ମୋ’ ପ୍ରତି ଉକ୍ତ ରାଜାଙ୍କ କଥା ବିଷୟ ମୁଁ ସେମାନଙ୍କୁ ଜଣାଇଲି। ତହିଁରେ ସେମାନେ କହିଲେ, “ଆସ, ଆମ୍ଭେମାନେ ଉଠି ନିର୍ମାଣ କରିବା।” ଏହିରୂପେ ସେମାନେ ସେହି ଉତ୍ତମ କାର୍ଯ୍ୟ ନିମନ୍ତେ ଆପଣାମାନଙ୍କ ହସ୍ତ ସବଳ କଲେ।