1
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21:8
ଓଡିଆ ବାଇବେଲ
ORYIRV
ତେବେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଗୋଟିଏ ବିଷାକ୍ତ ସର୍ପର ନମୁନା ନିର୍ମାଣ କରି ପତାକା-ଦଣ୍ଡ ଉପରେ ରଖ; ତହିଁରେ ସର୍ପଦ୍ରଂଷ୍ଟ ପ୍ରତ୍ୟେକ ଲୋକ ତାହା ପ୍ରତି ଅନାଇଲେ ବଞ୍ଚିବ।”
Compare
Explore ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21:8
2
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21:9
ତହୁଁ ମୋଶା ପିତ୍ତଳର ଏକ ସର୍ପ ନିର୍ମାଣ କରି ପତାକା-ଦଣ୍ଡ ଉପରେ ରଖିଲେ; ତହିଁରେ ସର୍ପ କୌଣସି ମନୁଷ୍ୟକୁ ଦଂଶନ କଲେ, ସେ ସେହି ପିତ୍ତଳ ସର୍ପ ପ୍ରତି ଦୃଷ୍ଟିପାତ କରନ୍ତେ, ବଞ୍ଚିଲା।
Explore ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21:9
3
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21:5
ତହିଁରେ ଲୋକମାନେ ପରମେଶ୍ୱରଙ୍କ ବିରୁଦ୍ଧରେ ଓ ମୋଶାଙ୍କ ବିରୁଦ୍ଧରେ କହିଲେ, “କାହିଁକି ତୁମ୍ଭେମାନେ ଆମ୍ଭମାନଙ୍କୁ ପ୍ରାନ୍ତରରେ ମାରିବାକୁ ମିସର ଦେଶରୁ ବାହାର କରି ଆଣିଲ ?” ଦେଖ, ଏଠାରେ ରୁଟି ନାହିଁ ଓ ଜଳ ନାହିଁ; ପୁଣି, ଆମ୍ଭମାନଙ୍କ ପ୍ରାଣ ଏହି ଲଘୁ ଅନ୍ନକୁ ଘୃଣା କରେ।
Explore ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21:5
4
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21:6
ସେତେବେଳେ ସଦାପ୍ରଭୁ ଲୋକମାନଙ୍କ ମଧ୍ୟକୁ ବିଷାକ୍ତ ସର୍ପଗୁଡିକୁ ପ୍ରେରଣ କରନ୍ତେ, ସେମାନେ ଲୋକମାନଙ୍କୁ ଦଂଶନ କଲେ; ତହିଁରେ ଇସ୍ରାଏଲର ଅନେକ ଲୋକ ମଲେ।
Explore ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21:6
5
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21:7
ଏନିମନ୍ତେ ଲୋକମାନେ ମୋଶାଙ୍କ ନିକଟକୁ ଆସି କହିଲେ, “ଆମ୍ଭେମାନେ ପାପ କରିଅଛୁ, କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତୁମ୍ଭ ବିରୁଦ୍ଧରେ କଥା କହିଅଛୁ; ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର ଯେପରି ସେ ଆମ୍ଭମାନଙ୍କ ନିକଟରୁ ଏହି ସର୍ପମାନଙ୍କୁ ଦୂର କରିବେ।” ତେଣୁ ମୋଶା ଲୋକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ।
Explore ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 21:7