1
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22:28
ଓଡିଆ ବାଇବେଲ
ORYIRV
ତହୁଁ ସଦାପ୍ରଭୁ ଗର୍ଦ୍ଦଭୀର ମୁଖ ଫିଟାଇଲେ, ତେଣୁ ସେ ବିଲୀୟମ୍କୁ କହିଲା, “ମୁଁ ତୁମ୍ଭର କଅଣ କଲି ଯେ, ତୁମ୍ଭେ ମୋତେ ଏହି ତିନିଥର ପ୍ରହାର କଲ।”
Compare
Explore ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22:28
2
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22:31
ଏଥିରେ ସଦାପ୍ରଭୁ ବିଲୀୟମ୍ର ଚକ୍ଷୁ ପ୍ରସନ୍ନ କରନ୍ତେ, ସେ ସଦାପ୍ରଭୁଙ୍କ ଦୂତଙ୍କୁ ପଥ ମଧ୍ୟରେ ନିଷ୍କୋଷ ଖଡ୍ଗ ହସ୍ତରେ ଧରି ଠିଆ ହୋଇଥିବାର ଦେଖିଲା; ତହିଁରେ ସେ ମସ୍ତକ ନୁଆଁଇ ମୁହଁ ମାଡ଼ି ପଡ଼ିଲା।
Explore ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22:31
3
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22:32
ସେତେବେଳେ ସଦାପ୍ରଭୁଙ୍କ ଦୂତ ତାହାକୁ କହିଲେ, “ତୁମ୍ଭେ ଏହି ତିନିଥର ଆପଣା ଗର୍ଦ୍ଦଭୀକୁ କାହିଁକି ପ୍ରହାର କଲ ? ଦେଖ, ଆମ୍ଭେ ତୁମ୍ଭର ଶତ୍ରୁ ରୂପେ ବାହାର ହୋଇଅଛୁ, ଯେହେତୁ ଆମ୍ଭ ସାକ୍ଷାତରେ ତୁମ୍ଭର ଗତି ବିପଥଗାମୀ ହୋଇଅଛି
Explore ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22:32
4
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22:30
ପୁଣି, ଗର୍ଦ୍ଦଭୀ ବିଲୀୟମ୍କୁ କହିଲା, “ତୁମ୍ଭେ ଜନ୍ମାବଧି ଆଜି ପର୍ଯ୍ୟନ୍ତ ଯାହା ଉପରେ ଚଢ଼ି ଆସିଅଛ, ମୁଁ କି ତୁମ୍ଭର ସେହି ଗର୍ଦ୍ଦଭୀ ନୁହେଁ ? ମୁଁ କି ପୂର୍ବେ କେବେ ତୁମ୍ଭ ପ୍ରତି ଏପରି କରିଥିଲି” ? ତହୁଁ ସେ କହିଲା, “ନା।”
Explore ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22:30
5
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22:29
ତେବେ ବିଲୀୟମ୍ ଗର୍ଦ୍ଦଭୀକୁ କହିଲା, “କାରଣ ତୁ ମୋତେ ପରିହାସ କରୁଅଛୁ; ମୋ’ ହାତରେ ଖଣ୍ଡା ଥିଲେ ମୁଁ ଏବେ ତୋତେ ବଧ କରନ୍ତି।”
Explore ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22:29
6
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22:27
ସେତେବେଳେ ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖି ବିଲୀୟମ୍ର ତଳେ ଶୋଇ ପଡ଼ିଲା; ତହିଁରେ ବିଲୀୟମ୍ର କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ଗର୍ଦ୍ଦଭୀକୁ ଆପଣା ଯଷ୍ଟିରେ ପ୍ରହାର କଲା।
Explore ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 22:27