1
ଫିଲିପ୍ପୀୟ 3:13-14
ଓଡିଆ ବାଇବେଲ
ORYIRV
ହେ ଭାଇମାନେ, ମୁଁ ଏପର୍ଯ୍ୟନ୍ତ ତାହା ଧରିଅଛି ବୋଲି ମନେ କରୁ ନାହିଁ, କିନ୍ତୁ ଗୋଟିଏ ବିଷୟ ମୁଁ କରୁଅଛି, ପଶ୍ଚାତ୍ ବିଷୟସବୁ ମନରୁ ଦୂର କରି ସମ୍ମୁଖରେ ଥିବା ବିଷୟଗୁଡ଼ିକ ପ୍ରତି ଦୃଷ୍ଟି ରଖି ଖ୍ରୀଷ୍ଟ ଯୀଶୁଙ୍କଠାରେ ଈଶ୍ୱରଙ୍କ ସ୍ୱର୍ଗୀୟ ଆହ୍ୱାନର ପୁରସ୍କାର ପାଇବା ନିମନ୍ତେ ପ୍ରାଣପଣ କରି ଲକ୍ଷ୍ୟ ସ୍ଥଳକୁ ଦୌଡ଼ୁଅଛି ।
Compare
Explore ଫିଲିପ୍ପୀୟ 3:13-14
2
ଫିଲିପ୍ପୀୟ 3:10-11
ଯେପରି ମୁଁ ତାହାଙ୍କୁ, ତାହାଙ୍କ ପୁନରୁତ୍ଥାନର ଶକ୍ତି ଓ ତାହାଙ୍କ ମୃତ୍ୟୁଭୋଗରେ ତାହାଙ୍କ ତୁଲ୍ୟ ହୋଇ ତାହାଙ୍କ ଦୁଃଖଭୋଗର ସହଭାଗିତା ଜ୍ଞାତ ହୁଏ, ଏବଂ କୌଣସି ପ୍ରକାରେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ପ୍ରାପ୍ତ ହୋଇ ପାରେ ।
Explore ଫିଲିପ୍ପୀୟ 3:10-11
3
ଫିଲିପ୍ପୀୟ 3:8
ହଁ, ପ୍ରକୃତରେ ମୁଁ ମୋହର ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଜ୍ଞାନର ଉତ୍କୃଷ୍ଟତା ନିମନ୍ତେ ସମସ୍ତ ବିଷୟ କ୍ଷତିଜନକ ବୋଲି ଗଣ୍ୟ କରେ; ତାହାଙ୍କ ନିମନ୍ତେ ମୁଁ ସମସ୍ତ ବିଷୟର କ୍ଷତି ସହ୍ୟକଲି, ପୁଣି, ସେହି ସବୁ ଆବର୍ଜନା ସ୍ୱରୂପ ଗଣ୍ୟ କରେ, ଯେପରି ମୁଁ ଖ୍ରୀଷ୍ଟଙ୍କୁ ଲାଭ କରିପାରେ ଓ ତାହାଙ୍କର ବୋଲି ଜଣାଯାଏ
Explore ଫିଲିପ୍ପୀୟ 3:8
4
ଫିଲିପ୍ପୀୟ 3:7
କିନ୍ତୁ ଯାହାସବୁ ମୋ' ପକ୍ଷରେ ଲାଭଜନକ ଥିଲା, ସେହି ସବୁ ମୁଁ ଖ୍ରୀଷ୍ଟଙ୍କ ନିମନ୍ତେ କ୍ଷତିଜନକ ବୋଲି ଗଣ୍ୟ କରିଅଛି ।
Explore ଫିଲିପ୍ପୀୟ 3:7
Home
Bible
Plans
Videos