1
ରୋମୀୟ 2:3-4
ଓଡିଆ ବାଇବେଲ
ORYIRV
ଆଉ, ହେ ମନୁଷ୍ୟ, ଯେଉଁମାନେ ଏହି ପ୍ରକାର କର୍ମ କରନ୍ତି, ସେମାନଙ୍କର ବିଚାର କରି ଆପେ ସେହି ପ୍ରକାର କରୁଥାଅ ଯେ ତୁମ୍ଭେ, ତୁମ୍ଭେ ଈଶ୍ୱରଙ୍କ ବିଚାରରୁ ପଳାୟନ କରି ପାର ବୋଲି କ'ଣ ମନେ କରୁଅଛ ? କିମ୍ବା ଈଶ୍ୱରଙ୍କ କୃପା ଯେ ତୁମ୍ଭକୁ ମନ ପରିବର୍ତ୍ତନ ଆଡ଼କୁ ଘେନିଯିବାକୁ ଚେଷ୍ଟା କରେ, ଏହା ନ ଜାଣି ତୁମ୍ଭେ କି ତାହାଙ୍କର କୃପା, ଧୈର୍ଯ୍ୟ ଓ ଚିରସହିଷ୍ଣୁତାରୂପ ଧନସବୁ ତୁଚ୍ଛ କରୁଅଛ ?
2
ରୋମୀୟ 2:1
ଅତଏବ, ହେ ମନୁଷ୍ୟ, ବିଚାର କରୁଥାଅ ଯେ ତୁମ୍ଭେ, ତୁମ୍ଭେ ଯେ କେହି ହୁଅ, ତୁମ୍ଭର ଉତ୍ତର ଦେବାର ବାଟ ନାହିଁ, କାରଣ ଯେଉଁ ବିଷୟରେ ତୁମ୍ଭେ ଅନ୍ୟର ବିଚାର କରୁଥାଅ, ସେହି ବିଷୟରେ ତୁମ୍ଭେ ଆପଣାକୁ ଦୋଷୀ କରୁଥାଅ, ଯେଣୁ ବିଚାର କରୁଥାଅ ଯେ ତୁମ୍ଭେ, ତୁମ୍ଭେ ନିଜେ ସେହି ପ୍ରକାର କର୍ମ କରୁଥାଅ ।
3
ରୋମୀୟ 2:11
କାରଣ ଈଶ୍ୱରଙ୍କ ନିକଟରେ ମୁଖାପେକ୍ଷା ନାହିଁ ।
4
ରୋମୀୟ 2:13
କାରଣ ମୋଶାଙ୍କ ବ୍ୟବସ୍ଥାର ଶ୍ରୋତାମାନେ ଈଶ୍ୱରଙ୍କ ସାକ୍ଷାତରେ ଧାର୍ମିକ ନୁହଁନ୍ତି, କିନ୍ତୁ ମୋଶାଙ୍କ ବ୍ୟବସ୍ଥା ପାଳନକାରୀମାନେ ଧାର୍ମିକ ଗଣିତ ହେବେ ।
5
ରୋମୀୟ 2:6
ସେ ପ୍ରତ୍ୟେକ ଲୋକକୁ ନିଜ ନିଜ କର୍ମାନୁସାରେ ଫଳ ଦେବେ
6
ରୋମୀୟ 2:8
କିନ୍ତୁ ଯେଉଁମାନେ ସ୍ୱାର୍ଥପର, ପୁଣି, ସତ୍ୟର ଅନାଜ୍ଞାବହ, ମାତ୍ର ଅଧାର୍ମିକତାର ଆଜ୍ଞାବହ, ସେମାନଙ୍କ ପ୍ରତି କ୍ରୋଧ ଓ କୋପ ଘଟିବ ।
7
ରୋମୀୟ 2:5
କିନ୍ତୁ ତୁମ୍ଭେ ଆପଣା କଠିନ ଓ ଅପରିବର୍ତ୍ତିତ ହୃଦୟ ଅନୁସାରେ, ଯେଉଁ ଦିନ ଈଶ୍ୱରଙ୍କ ନ୍ୟାୟବିଚାର ପ୍ରକାଶ ପାଇବ, ସେହି କ୍ରୋଧର ଦିନରେ ନିଜ ପାଇଁ କ୍ରୋଧ ସଞ୍ଚୟ କରୁଅଛ