1
ରୋମୀୟ 4:20-21
ଓଡିଆ ବାଇବେଲ
ORYIRV
ବରଂ ଈଶ୍ୱରଙ୍କ ପ୍ରତିଜ୍ଞା ପ୍ରତି ଦୃଷ୍ଟିପାତ କରି ଅବିଶ୍ୱାସ ହେତୁ ସନ୍ଦେହ କଲେ ନାହିଁ, କିନ୍ତୁ ଈଶ୍ୱର ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ସାଧନ କରିବା ନିମନ୍ତେ ମଧ୍ୟ ସେ ଯେ ସକ୍ଷମ, ଏହା ଦୃଢ଼ରୂପେ ଜାଣି ତାହାଙ୍କୁ ଗୌରବ ଦେଇ ବିଶ୍ୱାସରେ ବଳବାନ ହେଲେ ।
2
ରୋମୀୟ 4:17
ଯେଉଁ ଈଶ୍ୱରଙ୍କୁ ସେ ବିଶ୍ୱାସ କଲେ, ଯେ ମୃତମାନଙ୍କୁ ଜୀବିତ କରନ୍ତି ଓ ନ ଥିବା ବସ୍ତୁକୁ ଥିବା ବସ୍ତୁ ପରି ଡାକନ୍ତି, ସେହି ଈଶ୍ୱରଙ୍କ ଦୃଷ୍ଟିରେ ସେ ଆମ୍ଭ ସମସ୍ତଙ୍କର ପିତା ଅଟନ୍ତି, ଯେପରି ଲେଖା ଅଛି, ଆମ୍ଭେ ତୁମ୍ଭକୁ ବହୁ ଜାତିର ପିତା କରିଅଛୁ ।
3
ରୋମୀୟ 4:25
ସେହି ଯୀଶୁ ଆମ୍ଭମାନଙ୍କ ଅପରାଧ ନିମନ୍ତେ ସମର୍ପିତ ହେଲେ, ପୁଣି, ଆମ୍ଭେମାନେ ଧାର୍ମିକ ଗଣିତ ହେବା ନିମନ୍ତେ ଉତ୍ଥାପିତ ହେଲେ ।
4
ରୋମୀୟ 4:18
"ଏହିପରି ତୁମ୍ଭର ବଂଶ ହେବ," ଏହି ଯେଉଁ କଥା କୁହାଯାଇଥିଲା, ତଦନୁସାରେ ସେ ଯେପରି ବହୁ ଜାତିର ପିତା ହୁଅନ୍ତି, ସେଥିନିମନ୍ତେ ଆଶା ନ ଥିଲେ ସୁଦ୍ଧା ଆଶା ରଖି ସେ ବିଶ୍ୱାସ କଲେ ।
5
ରୋମୀୟ 4:16
ଏଣୁ ଏହି ପ୍ରତିଜ୍ଞା ବିଶ୍ୱାସ ହେତୁ ପ୍ରାପ୍ତ ହୁଏ, ଯେପରି ତାହା ଅନୁଗ୍ରହ ଅନୁସାରେ ହୁଏ, ଆଉ ତଦ୍ୱାରା ସମସ୍ତ ବଂଶ ପକ୍ଷରେ, କେବଳ ମୋଶାଙ୍କ ବ୍ୟବସ୍ଥାବଲମ୍ବୀ ବଂଶ ପକ୍ଷରେ ନୁହେଁ, ମାତ୍ର ଅବ୍ରହାମଙ୍କ ବିଶ୍ୱାସାବଲମ୍ବୀ ବଂଶ ପକ୍ଷରେ ସୁଦ୍ଧା ସେହି ପ୍ରତିଜ୍ଞା ଅଟଳ ରହେ
6
ରୋମୀୟ 4:7-8
"ଯେଉଁମାନଙ୍କର ଅପରାଧସବୁ କ୍ଷମା ହୋଇଅଛି, ଆଉ ଯେଉଁମାନଙ୍କର ପାପସବୁ ଆଚ୍ଛାଦିତ ହୋଇଅଛି, ସେମାନେ ଧନ୍ୟ । ପ୍ରଭୁ ଯେଉଁ ଲୋକର ପାପ ଗଣନା କରିବେ ନାହିଁ, ସେ ଧନ୍ୟ ।'
7
ରୋମୀୟ 4:3
କାରଣ ଶାସ୍ତ୍ର କ'ଣ କୁହେ ? ଅବ୍ରହାମ ଈଶ୍ୱରଙ୍କଠାରେ ବିଶ୍ୱାସ କଲେ, ଆଉ ତାଙ୍କ ପକ୍ଷରେ ତାହା ଧାର୍ମିକତା ବୋଲି ଗଣିତ ହେଲା ।