1
ଯିଖରୀୟ 9:9
ଓଡିଆ ବାଇବେଲ
ORYIRV
ଗୋ ସିୟୋନ କନ୍ୟେ, ଅତିଶୟ ଉଲ୍ଲାସ କର ! ଗୋ ଯିରୂଶାଲମ କନ୍ୟେ, ଜୟଧ୍ୱନି କର ! ଦେଖ, ତୁମ୍ଭର ରାଜା ତୁମ୍ଭ ନିକଟକୁ ଆସୁଅଛନ୍ତି; ସେ ଧର୍ମମୟ ଓ ପରିତ୍ରାଣବିଶିଷ୍ଟ; ସେ ନମ୍ରଶୀଳ ଓ ଗର୍ଦ୍ଦଭ ଉପରେ, ଅର୍ଥାତ୍, ଗର୍ଦ୍ଦଭୀର ଶାବକ ଉପରେ ଆରୋହଣ କରି ଆସୁଅଛନ୍ତି।
Compare
Explore ଯିଖରୀୟ 9:9
2
ଯିଖରୀୟ 9:10
ପୁଣି, ଆମ୍ଭେ ଇଫ୍ରୟିମରୁ ରଥ ଓ ଯିରୂଶାଲମରୁ ଅଶ୍ୱ ଉଚ୍ଛିନ୍ନ କରିବା ଓ ଯୁଦ୍ଧ-ଧନୁ ଉଚ୍ଛିନ୍ନ ହେବ; ଆଉ, ସେ ଗୋଷ୍ଠୀଗଣକୁ ଶାନ୍ତିର କଥା କହିବେ ଓ ତାହାଙ୍କର ରାଜ୍ୟ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ନଦୀଠାରୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ହେବ।
Explore ଯିଖରୀୟ 9:10
3
ଯିଖରୀୟ 9:16
ପୁଣି, ସେହି ଦିନ ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ଆପଣା ଲୋକମାନଙ୍କୁ ପଲ ସ୍ୱରୂପ ଉଦ୍ଧାର କରିବେ; କାରଣ ସେମାନେ ମୁକୁଟର ପ୍ରସ୍ତରସ୍ୱରୂପ ତାହାଙ୍କ ଦେଶର ଉର୍ଦ୍ଧ୍ୱରେ ଉତ୍ଥାପିତ ହେବେ।
Explore ଯିଖରୀୟ 9:16