1
ଥେସଲନିକୀୟମାନଙ୍କ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 4:17
ପବିତ୍ର ବାଇବଲ (CL) NT (BSI)
ODCLBSI
ତା’ପରେ ଆମେ ଯେଉଁମାନେ ସେହି ସମୟରେ ଜୀବିତ ରହିଥିବୁ, ମେଘମାଳାରେ ସେମାନଙ୍କ ସଙ୍ଗରେ ଉତ୍ଥାପିତ ହୋଇ ମହାଶୂନ୍ୟରେ ପ୍ରଭୁଙ୍କ ସହିତ ସାକ୍ଷାତ କରିବୁ। ତା’ପରେ ଆମ୍ଭେମାନେ ଚିରକାଳ ପ୍ରଭୁଙ୍କ ସଙ୍ଗରେ ରହିବୁ।
Compare
Explore ଥେସଲନିକୀୟମାନଙ୍କ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 4:17
2
ଥେସଲନିକୀୟମାନଙ୍କ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 4:16
ସେତେବେଳେ ଉଚ୍ଚ ସ୍ୱରରେ ଏକ ଆଦେଶ ନିର୍ଘୋଷିତ ହେବ, ପ୍ରଧାନ ସ୍ୱର୍ଗଦୂତଙ୍କ କଣ୍ଠସ୍ୱର ଶୁଭିବ, ଈଶ୍ୱରଙ୍କ ତୂରୀ ଧ୍ୱନି ନିନାଦିତ ହେବ ଏବଂ ପ୍ରଭୁ ସ୍ୱର୍ଗରୁ ଅବତରଣ କରିବେ। ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରି ଯେଉଁମାନଙ୍କର ମୃତ୍ୟୁ ହୋଇଛି, ସେମାନେ ପ୍ରଥମେ ସଞ୍ଜୀବିତ ହୋଇ ଉତ୍ଥିତ ହେବେ
Explore ଥେସଲନିକୀୟମାନଙ୍କ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 4:16
3
ଥେସଲନିକୀୟମାନଙ୍କ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 4:3-4-5
ଈଶ୍ୱର ଚାହାଁନ୍ତି, ତୁମ୍ଭେମାନେ ିଜକୁ ଯୌନ ପାପରୁ ମୁକ୍ତ ରଖି ପବିତ୍ର ରୁହ। ଈଶ୍ୱରଙ୍କୁ ଜାଣି ନ ଥିବା ଇତର ଲୋକମାନଙ୍କ ପରି ପ୍ରତ୍ୟେକେ ନିଜ ନିଜର ସ୍ତ୍ରୀ ସହିତ କିପରି କାମତୁର ନ ହୋଇ ପବିତ୍ର ଓ ସମ୍ମାନଜନକ ଭାବରେ ଜୀବନ ଯାପନ କରିବା ଉଚିତ୍, ତାହା ତୁମ୍ଭମାନଙ୍କୁ ଜାଣିବାକୁ ହେବ।
Explore ଥେସଲନିକୀୟମାନଙ୍କ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 4:3-4-5
4
ଥେସଲନିକୀୟମାନଙ୍କ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 4:14
ଯେହେତୁ ଆମେ ବିଶ୍ୱାସ କରୁ ଯେ, ଯୀଶୁ ମୃତ୍ୟୁଭୋଗ କରି ପୁନରୁତ୍ଥିତ ହେଲେ, ତେଣୁ ଆମେ ଦୃଢ଼ ନିଶ୍ଚିତ ଯେ, ଯୀଶୁଙ୍କଠାରେ ବିଶ୍ୱାସ କରି ଯେଉଁମାନଙ୍କର ମୃତ୍ୟୁ ହୁଏ, ଯୀଶୁଙ୍କ ପୁନରାଗମନବେଳେ ଈଶ୍ୱର ସେମାନଙ୍କୁ ଯୀଶୁଙ୍କ ସଙ୍ଗରେ ନେଇଯିବେ।
Explore ଥେସଲନିକୀୟମାନଙ୍କ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 4:14
5
ଥେସଲନିକୀୟମାନଙ୍କ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 4:11
ଆଗରୁ ଯେପରି କହିଥିଲୁ, ଶାନ୍ତିରେ ଜୀବନ ଯାପନ କରିବା, ନିଜ କାର୍ଯ୍ୟରେ ମନୋନିବେଶ କରିବା ଓ ନିଜ ନିଜର ଜୀବିକା ଉପାର୍ଜନ କରିବା ତୁମ୍ଭମାନଙ୍କର ଲକ୍ଷ୍ୟ ହେଉ।
Explore ଥେସଲନିକୀୟମାନଙ୍କ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 4:11
6
ଥେସଲନିକୀୟମାନଙ୍କ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 4:7
ଈଶ୍ୱର ଆମ୍ଭମାନଙ୍କୁ ଅଶୁଚି ଜୀବନଯାପନ କରିବା ପାଇଁ ଆହ୍ୱାନ କରି ନାହାନ୍ତି - ପବିତ୍ର ହୋଇ ରହିବା ପାଇଁ ଆମେ ଆହୂତ।
Explore ଥେସଲନିକୀୟମାନଙ୍କ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 4:7
Home
Bible
Plans
Videos