1
କଲସୀୟ 1:13
ପବିତ୍ର ବାଇବଲ (CL) NT (BSI)
ODCLBSI
ସେ ଅନ୍ଧକାରର ଶକ୍ତିରୁ ଆମକୁ ରକ୍ଷା କରିଛନ୍ତି ଓ ନିରାପଦରେ ଆମ୍ଭମାନଙ୍କୁ ତାଙ୍କ ପ୍ରିୟ ପୁତ୍ରଙ୍କ ରାଜ୍ୟକୁ ଆଣିଛନ୍ତି।
Compare
Explore କଲସୀୟ 1:13
2
କଲସୀୟ 1:16
କାରଣ ତାଙ୍କ ଦ୍ୱାରା ଈଶ୍ୱର ସ୍ୱର୍ଗରେ ଓ ପୃଥିବୀରେ ସମସ୍ତ ଦୃଶ୍ୟ ଓ ଅଦୃଶ୍ୟ ପଦାର୍ଥ, ଅପାର୍ଥିବ ଶକ୍ତସମୂହ, କର୍ତ୍ତାଗଣ, ଶାସକ ବର୍ଗ ଓ ସମସ୍ତ ଅଧିକାରୀମାନଙ୍କୁ ସୃଷ୍ଟି କଲେ। ତାଙ୍କ ଦ୍ୱାରା ଓ ତାଙ୍କ ନିମନ୍ତେ ଈଶ୍ୱର ସମଗ୍ର ବିଶ୍ୱକୁ ସୃଷ୍ଟି କଲେ।
Explore କଲସୀୟ 1:16
3
କଲସୀୟ 1:17
ସମସ୍ତ ବିଷୟର ସୃଷ୍ଟି ପୂର୍ବରୁ ତାଙ୍କର ଅସ୍ତିତ୍ୱ ଥିଲା ଓ ତାଙ୍କ ସହିତ ସଂଯୁକ୍ତ ହେବା ଦ୍ୱାରା ସମସ୍ତ ବିଷୟ ସ୍ୱ ସ୍ୱ ନିରୂପିତ ସ୍ଥାନରେ ସ୍ଥିତିଶୀଳ ହେଲେ।
Explore କଲସୀୟ 1:17
4
କଲସୀୟ 1:15
ଖ୍ରୀଷ୍ଟ, ଅଦୃଶ୍ୟ ଈଶ୍ୱରଙ୍କ ଦୃଶ୍ୟମାନ ପ୍ରତିରୂପ। ସେ ପ୍ରଥମ ଜାତ ପୁତ୍ର ଓ ସମସ୍ତ ସୃଷ୍ଟି ଅପେକ୍ଷା ଶ୍ରେଷ୍ଠ।
Explore କଲସୀୟ 1:15
5
କଲସୀୟ 1:9-10
ଏହି କାରଣରୁ ତୁମ୍ଭମାନଙ୍କ ବିଷୟରେ ଶୁଣିବା ସମୟରୁ ଆମେ ସବୁବେଳେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରୁଛୁ। ପବିତ୍ର ଆତ୍ମାଙ୍କ ପ୍ରଦତ୍ତ ସମସ୍ତ ଜ୍ଞାନ ଓ ବୁଝିବା ଶକ୍ତି ଦ୍ୱାରା ଈଶ୍ୱରଙ୍କ ଅଭିମତ ସମ୍ପୂର୍ଣ୍ଣ ରୂପେ ତୁମ୍ଭେମାନେ ଯେପରି ଜାଣି ପାରିବ, ଏଥିପାଇଁ ତୁମ୍ଭମାନଙ୍କ ନିମନ୍ତେ ଆମେ ପ୍ରାର୍ଥନା କରୁଛୁ। ତାହାହେଲେ, ତୁମ୍ଭେମାନେ ପ୍ରଭୁଙ୍କ ଇଚ୍ଛା ଅନୁରୂପ ଜୀବନ କାଟି ପାରିବ ଓ ତାଙ୍କର ସନ୍ତୋଷଜନକ କାର୍ଯ୍ୟ କରିପାରିବ। ତୁମ୍ଭେମାନେ ଜୀବନରେ ସମସ୍ତ ପ୍ରକାର ଉତ୍ତମ କାର୍ଯ୍ୟ କରି ପାରିବ ଓ ଈଶ୍ୱରଙ୍କ ବିଷୟରେ ତୁମ୍ଭମାନଙ୍କର ଜ୍ଞାନ ବୃଦ୍ଧି ପାଇବ।
Explore କଲସୀୟ 1:9-10
Home
Bible
Plans
Videos