1
କଲସୀୟ 2:6-7
ପବିତ୍ର ବାଇବଲ (CL) NT (BSI)
ODCLBSI
ଯେହେତୁ ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କୁ ପ୍ରଭୁ ରୂପେ ଗ୍ରହଣ କରିଛ, ତାଙ୍କ ସହିତ ସଂଯୁକ୍ତ ହୋଇ ଜୀବନ ଯାପନ କର। ତୁମ୍ଭମାନଙ୍କର ଭିତ୍ତିମୂଳ ତାଙ୍କ ଉପରେ ଦୃଢ଼ ରୂପେ ସ୍ଥାପନ କରି ଜୀବନ ଗଠନ କର ଓ ତୁମେ ପ୍ରାପ୍ତ ହୋଇଥିବା ଶିକ୍ଷାନୁଯାୟୀ ବିଶ୍ୱାସରେ ଅଧିକ ବଳିଷ୍ଠ ହୁଅ। ତୁମ୍ଭମାନଙ୍କର ହୃଦୟ କୃତଜ୍ଞତାରେ ପରିପୂର୍ଣ୍ଣ ହେଉ।
Compare
Explore କଲସୀୟ 2:6-7
2
କଲସୀୟ 2:8
ସାବଧାନ, କେହି ଯେପରି ତୁମକୁ ମନୁଷ୍ୟର ବିଭ୍ରାନ୍ତିକର ଅସାର ଜ୍ଞାନ ଦ୍ୱାରା ବଶୀଭୂତ ନ କରେ। ସେହି ସବୁ ଜ୍ଞାନ ଖ୍ରୀଷ୍ଟଙ୍କ ଶିକ୍ଷାରୁ ଆସି ନ ଥାଏ। ତାହା ମନୁଷ୍ୟ ସମାଜର ପାରମ୍ପରିକ ଶିକ୍ଷା ଓ ବିଶ୍ୱସ ଉପରେ କର୍ତ୍ତୃତ୍ୱ କରୁଥିବା ଅଶରୀରୀ ଶକ୍ତିମାନଙ୍କ ଶିକ୍ଷାର ଫଳ।
Explore କଲସୀୟ 2:8
3
କଲସୀୟ 2:13-14
ତୁମ୍ଭମାନଙ୍କର ପାପ ହେତୁ ଏବଂ ତୁମ୍ଭେମାନେ ବ୍ୟବସ୍ଥାବିହୀନ ଅଣଇହୁଦୀ ଥିବାରୁ ଏକଦା ତୁମ୍ଭେମାନେ ଆଧ୍ୟାତ୍ମିକଭାବେ ମୃତ ଥିଲ; କିନ୍ତୁ ଈଶ୍ୱର ବର୍ତ୍ତମାନ ଖ୍ରୀଷ୍ଟଙ୍କ ସହିତ ତୁମ୍ଭମାନଙ୍କୁ ସଞ୍ଜୀବିତ କରାଇଛନ୍ତି। ଈଶ୍ୱର ଆମ୍ଭମାନଙ୍କର ସମସ୍ତ ପାପ କ୍ଷମା କରିଛନ୍ତି। ସେ ଆମ୍ଭମାନଙ୍କ ବିରୁଦ୍ଧରେ ଥିବା ବ୍ୟବସ୍ଥାର ଦଲିଲ୍ ଏବଂ ଏହାର ବିଧିବିଧାନକୁ କ୍ରୁଶବିଦ୍ଧ କରି ଋଦ୍ଧ କରି ଦେଇଛନ୍ତି।
Explore କଲସୀୟ 2:13-14
4
କଲସୀୟ 2:9-10
କେବଳ ମାନବରୂପୀ ଖ୍ରୀଷ୍ଟଙ୍କଠାରେ ଐଶ୍ୱରିକ ସ୍ୱଭାବ ପୂର୍ଣ୍ଣମାତ୍ରାରେ ନିହିତ ଅଛି। ତାଙ୍କ ସହିତ ସଂଯୁକ୍ତ ହେବା ଦ୍ୱାରା ତୁମେ ଜୀବନର ପୂର୍ଣ୍ଣତା ଲାଭ କରିପାରିବ। ଅନ୍ୟ ସମସ୍ତ ଶକ୍ତି ଓ ଆଧିପତ୍ୟ ଉପରେ ଖ୍ରୀଷ୍ଟଙ୍କର ପ୍ରଭୁତ୍ୱ ହିଁ ସର୍ବୋଚ୍ଚ।
Explore କଲସୀୟ 2:9-10
5
କଲସୀୟ 2:16-17
ତେଣୁ କେହି ତୁମର ଖାଇବା, ପିଇବା, ପବିତ୍ର ତିଥି ବା ଅମାବାସ୍ୟା ଉତ୍ସବ, କିମ୍ବା ବିଶ୍ରାମବାର ବିଷୟରେ କୌଣସି ନିୟମ ପ୍ରସ୍ତୁତ ନ କରୁ। ସେ ସମସ୍ତ କେବଳ ଭବିଷ୍ୟତରେ ଘଟିବାକୁ ଯାଉଥିବା ବିଷୟର ଛାୟା ସ୍ୱରୂପ। ଖ୍ରୀଷ୍ଟ ହିଁ ସମସ୍ତ ବାସ୍ତବତାର ଆଧାର।
Explore କଲସୀୟ 2:16-17
Home
Bible
Plans
Videos