ବାସ୍ତବିକ୍ ଆମେ ଜନ୍ମରୁ ଇହୁଦୀ; ତଥାକଥିତ “ପାପୀ ଅଣଇହୁଦୀ” ନୋହୁଁ। ତଥାପି ଆମେ ଜାଣୁ, ବ୍ୟବସ୍ଥାର ଦାବୀସବୁ ପୂରଣ କରିବା ଦ୍ୱାରା ନୁହେଁ, କିନ୍ତୁ କେବଳ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ଜଣେ ଈଶ୍ୱରଙ୍କ ଦୃଷ୍ଟିରେ ନିର୍ଦ୍ଦୋଷ ପରିଗଣିତ ହୁଏ। ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ବିବେଚିତ ହେବା ପାଇଁ ଆମେ ଆଉ ବ୍ୟବସ୍ଥା ଉପରେ ନିର୍ଭର ନ କରି ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରୁଛୁ, କାରଣ କେବଳ ବ୍ୟବସ୍ଥା ପାଳନ ଦ୍ୱାରା କେହି ଈଶ୍ୱରଙ୍କ ସମ୍ମୁଖରେ ଧାର୍ମିକ ଗଣିତ ହୋଇ ପାରିବ ନାହିଁ।