1
୧ କରିନ୍ଥୀୟ 2:9
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
IRVOry
କିନ୍ତୁ ଯେପରି ଲେଖାଅଛି, “ଚକ୍ଷୁ ଯାହା ଦେଖି ନାହିଁ, କର୍ଣ୍ଣ ଯାହା ଶୁଣି ନାହିଁ, ଆଉ ମନୁଷ୍ୟର ହୃଦୟରେ ଯାହା ଜାତ ହୋଇ ନାହିଁ, ଯେ ସମସ୍ତ ବିଷୟ ଈଶ୍ବର ଆପଣା ପ୍ରେମକାରୀ ଲୋକମାନଙ୍କ ନିମନ୍ତେ ପ୍ରସ୍ତୁତ କରିଅଛନ୍ତି।”
Compare
Explore ୧ କରିନ୍ଥୀୟ 2:9
2
୧ କରିନ୍ଥୀୟ 2:14
କିନ୍ତୁ ସାଂସାରିକ ମନୁଷ୍ୟ ଈଶ୍ବରଙ୍କ ଆତ୍ମାଙ୍କ ବିଷୟଗୁଡ଼ିକ ଗ୍ରହଣ କରେ ନାହିଁ, କାରଣ ସେହିସବୁ ତାହା ନିକଟରେ ମୂର୍ଖତା, ପୁଣି, ସେ ସେହିସବୁ ବୁଝି ପାରେ ନାହିଁ, ଯେଣୁ ସେହିସବୁକୁ ଆତ୍ମିକ ଭାବରେ ବିଚାର କରାଯାଏ।
Explore ୧ କରିନ୍ଥୀୟ 2:14
3
୧ କରିନ୍ଥୀୟ 2:10
କିନ୍ତୁ ଈଶ୍ବର ଆମ୍ଭମାନଙ୍କ ନିମନ୍ତେ ପବିତ୍ର ଆତ୍ମାଙ୍କ ଦ୍ୱାରା ସେ ସମସ୍ତ ପ୍ରକାଶ କରିଅଛନ୍ତି ଯେଣୁ ସେହି ଆତ୍ମା ସମସ୍ତ ବିଷୟ, ହଁ, ଈଶ୍ବରଙ୍କର ଗଭୀର ବିଷୟସବୁ ଅନୁସନ୍ଧାନ କରନ୍ତି।
Explore ୧ କରିନ୍ଥୀୟ 2:10
4
୧ କରିନ୍ଥୀୟ 2:12
ଯେପରି ଈଶ୍ବରଙ୍କ ଦ୍ୱାରା ଆମ୍ଭମାନଙ୍କୁ ଅନୁଗ୍ରହରେ ଦିଆଯାଇଥିବା ବିଷୟଗୁଡ଼ିକ ଆମ୍ଭେମାନେ ଜାଣି ପାରୁ, ଏଥିପାଇଁ ଆମ୍ଭେମାନେ ଜଗତର ଆତ୍ମା ନ ପାଇ ଈଶ୍ବରଙ୍କ ଆତ୍ମା ପାଇଅଛୁ।
Explore ୧ କରିନ୍ଥୀୟ 2:12
5
୧ କରିନ୍ଥୀୟ 2:4-5
ତୁମ୍ଭମାନଙ୍କ ବିଶ୍ୱାସ ଯେପରି ମନୁଷ୍ୟର ଜ୍ଞାନ ଉପରେ ସ୍ଥାପିତ ନ ହୋଇ ଈଶ୍ବରଙ୍କ ଶକ୍ତି ଉପରେ ସ୍ଥାପିତ ହୁଏ, ଏଥିପାଇଁ ମୋହର ଶିକ୍ଷା ଓ ମୋହର ପ୍ରଚାର, ଜ୍ଞାନର ମନୋହର ବାକ୍ୟଯୁକ୍ତ ନ ହୋଇ ପବିତ୍ର ଆତ୍ମାଙ୍କ ଶକ୍ତିରେ ପ୍ରମାଣଯୁକ୍ତ ହୋଇଥିଲା।
Explore ୧ କରିନ୍ଥୀୟ 2:4-5