1
୧ କରିନ୍ଥୀୟ 5:11
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
IRVOry
କିନ୍ତୁ ମୋହର ଲେଖିବାର ଭାବ ଏହା ଥିଲା ଯେ, ଯଦି କୌଣସି ଲୋକ ଭ୍ରାତା ବୋଲି ଖ୍ୟାତ ହୋଇ ବ୍ୟଭିଚାରୀ କି ଧନଲୋଭୀ କି ପ୍ରତିମାପୂଜକ କି ନିନ୍ଦକ କି ମତୁଆଳ କି ପରଦ୍ରବ୍ୟ ଲୁଣ୍ଠନକାରୀ ହୁଏ, ତେବେ ଏପରି ଲୋକ ସହିତ ସମ୍ପର୍କ ରଖ ନାହିଁ, ପୁଣି, ତାହା ସାଙ୍ଗରେ ଭୋଜନ ସୁଦ୍ଧା କର ନାହିଁ।
Compare
Explore ୧ କରିନ୍ଥୀୟ 5:11
2
୧ କରିନ୍ଥୀୟ 5:7
ତୁମ୍ଭେମାନେ ତ ଖମୀରଶୂନ୍ୟ ଲୋକ, ଏଣୁ ଯେପରି ତୁମ୍ଭେମାନେ ନୂଆ ପିଣ୍ଡୁଳା ହୋଇପାର, ଏଥିପାଇଁ ପୁରୁଣା ଖମୀର ବାହାର କରିପକାଅ; କାରଣ ଆମ୍ଭମାନଙ୍କ ନିସ୍ତାର ପର୍ବର ମେଷଶାବକ, ଅର୍ଥାତ୍ ଖ୍ରୀଷ୍ଟ, ମଧ୍ୟ ବଳୀକୃତ ହୋଇଅଛନ୍ତି।
Explore ୧ କରିନ୍ଥୀୟ 5:7
3
୧ କରିନ୍ଥୀୟ 5:12-13
କାରଣ ମଣ୍ଡଳୀ ବାହାର ଲୋକମାନଙ୍କର ବିଚାର କରିବାରେ ମୋହର କଅଣ ଅଛି? ମଣ୍ଡଳୀ ଭିତରେ ଯେଉଁମାନେ ଅଛନ୍ତି, ସେମାନଙ୍କର ବିଚାର କି ତୁମ୍ଭେମାନେ କର ନାହିଁ? କିନ୍ତୁ ଯେଉଁମାନେ ବାହାରେ ଅଛନ୍ତି, ସେମାନଙ୍କ ବିଚାର ଈଶ୍ବର କରିବେ। ସେହି ଦୁଷ୍ଟ ଲୋକକୁ ତୁମ୍ଭମାନଙ୍କ ମଧ୍ୟରୁ ବାହାର କରିଦିଅ।
Explore ୧ କରିନ୍ଥୀୟ 5:12-13