1
୨ କରିନ୍ଥୀୟ 1:3-4
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
IRVOry
ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ, ସେ ଦୟାମୟ ପିତା ଓ ସମସ୍ତ ସାନ୍ତ୍ୱନାଦାତା ଈଶ୍ବର; ଈଶ୍ବରଙ୍କ ଦ୍ୱାରା ଯେଉଁ ସାନ୍ତ୍ୱନାରେ ଆମ୍ଭେମାନେ ସାନ୍ତ୍ୱନାପ୍ରାପ୍ତ ହେଉଅଛୁ, ସେହି ସାନ୍ତ୍ୱନା ଦ୍ୱାରା ଯେପରି ସମସ୍ତ ପ୍ରକାର କ୍ଳେଶ ଭୋଗୁଥିବା ଲୋକମାନଙ୍କୁ ସାନ୍ତ୍ୱନା ଦେଇପାରୁ, ଏଥିପାଇଁ ସେ ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ଆମ୍ଭମାନଙ୍କୁ ସାନ୍ତ୍ୱନା ପ୍ରଦାନ କରନ୍ତି।
Compare
Explore ୨ କରିନ୍ଥୀୟ 1:3-4
2
୨ କରିନ୍ଥୀୟ 1:5
କାରଣ ଖ୍ରୀଷ୍ଟଙ୍କ ସକାଶେ ଆମ୍ଭମାନଙ୍କ ଦୁଃଖଭୋଗ ଯେପରି ପ୍ରଚୁର, ସେହିପରି ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କର ସାନ୍ତ୍ୱନା ମଧ୍ୟ ପ୍ରଚୁର।
Explore ୨ କରିନ୍ଥୀୟ 1:5
3
୨ କରିନ୍ଥୀୟ 1:9
ହଁ, ଆମ୍ଭେମାନେ ମୃତ୍ୟୁରେ ସମର୍ପିତ ହୋଇଅଛୁ ବୋଲି ନିଜ ନିଜ ମନରେ ବୋଧ ପାଇଥିଲୁ, ଯେପରି ଆମ୍ଭେମାନେ ଆପଣା ଆପଣା ଉପରେ ନିର୍ଭର ନ ଦେଇ ବରଂ ଯେଉଁ ଈଶ୍ବର ମୃତମାନଙ୍କୁ ଉଠାନ୍ତି, ତାହାଙ୍କ ଉପରେ ନିର୍ଭର କରୁ
Explore ୨ କରିନ୍ଥୀୟ 1:9
4
୨ କରିନ୍ଥୀୟ 1:21-22
ପୁଣି, ଯେ ଆମ୍ଭମାନଙ୍କୁ ତୁମ୍ଭମାନଙ୍କ ସହିତ ଖ୍ରୀଷ୍ଟଙ୍କଠାରେ ସ୍ଥିର କରନ୍ତି, ପୁଣି, ଆମ୍ଭମାନଙ୍କୁ ଅଭିଷେକ କରିଅଛନ୍ତି, ସେ ଈଶ୍ବର; ସେ ମଧ୍ୟ ଆମ୍ଭମାନଙ୍କୁ ମୁଦ୍ରାଙ୍କିତ କରିଅଛନ୍ତି ଓ ଆମ୍ଭମାନଙ୍କ ହୃଦୟରେ ପବିତ୍ର ଆତ୍ମାଙ୍କୁ ବଇନା ସ୍ୱରୂପେ ଦାନ କରିଅଛନ୍ତି।
Explore ୨ କରିନ୍ଥୀୟ 1:21-22
5
୨ କରିନ୍ଥୀୟ 1:6
କିନ୍ତୁ ଆମ୍ଭେମାନେ ଦୁଃଖଭୋଗ କଲେ ତାହା ତୁମ୍ଭମାନଙ୍କର ସାନ୍ତ୍ୱନା ଓ ପରିତ୍ରାଣ ନିମନ୍ତେ; କିମ୍ବା ଆମ୍ଭେମାନେ ସାନ୍ତ୍ୱନାପ୍ରାପ୍ତ ହେଲେ ତାହା ତୁମ୍ଭମାନଙ୍କର ସାନ୍ତ୍ୱନା ନିମନ୍ତେ; ଆମ୍ଭେମାନେ ଯେଉଁ ପ୍ରକାର ଦୁଃଖଭୋଗ କରୁ, ସେହି ପ୍ରକାର ଦୁଃଖଭୋଗ ଧୈର୍ଯ୍ୟ ସହିତ ସହ୍ୟ କରିବାରେ ସେହି ସାନ୍ତ୍ୱନା କାର୍ଯ୍ୟ ସାଧନ କରୁଅଛି।
Explore ୨ କରିନ୍ଥୀୟ 1:6