1
୨ କରିନ୍ଥୀୟ 4:18
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
IRVOry
ଯେଣୁ ଆମ୍ଭେମାନେ ଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ ନ କରି ଅଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ କରୁଅଛୁ; କାରଣ ଦୃଶ୍ୟ ବିଷୟ କ୍ଷଣକାଳସ୍ଥାୟୀ, କିନ୍ତୁ ଅଦୃଶ୍ୟ ବିଷୟ ଅନନ୍ତକାଳସ୍ଥାୟୀ।
Compare
Explore ୨ କରିନ୍ଥୀୟ 4:18
2
୨ କରିନ୍ଥୀୟ 4:16-17
ତେଣୁ ଆମ୍ଭେମାନେ କ୍ଳାନ୍ତ ହେଉ ନାହୁଁ, କିନ୍ତୁ ଆମ୍ଭମାନଙ୍କର ବାହ୍ୟିକ ପୁରୁଷ କ୍ଷୟ ପାଇଲେ ସୁଦ୍ଧା ଆମ୍ଭମାନଙ୍କ ଆନ୍ତରିକ ପୁରୁଷ ଦିନକୁ ଦିନ ନୂତନୀକୃତ ହେଉଅଛି। କାରଣ ଏହି କ୍ଷଣକାଳସ୍ଥାୟୀ ଲଘୁ କ୍ଳେଶ ଅତ୍ୟଧିକ ବାହୁଲ୍ୟ ରୂପେ ଆମ୍ଭମାନଙ୍କ ନିମନ୍ତେ ଅନନ୍ତକାଳସ୍ଥାୟୀ ମହା ଗୌରବ ସାଧନ କରୁଅଛି
Explore ୨ କରିନ୍ଥୀୟ 4:16-17
3
୨ କରିନ୍ଥୀୟ 4:8-9
ଆମ୍ଭେମାନେ ସର୍ବପ୍ରକାରେ କ୍ଳେଶଭୋଗ କରୁଅଛୁ, ତଥାପି ଅବରୁଦ୍ଧ ନୋହୁଁ; ହତବୁଦ୍ଧି ହେଉଅଛୁ, ତଥାପି ନିରାଶ ନୋହୁଁ; ତାଡ଼ନା ପ୍ରାପ୍ତ ହେଉଅଛୁ, ତଥାପି ପରିତ୍ୟକ୍ତ ନୋହୁଁ; ଅଧଃପତିତ ହେଉଅଛୁ, ତଥାପି ବିନଷ୍ଟ ନୋହୁଁ
Explore ୨ କରିନ୍ଥୀୟ 4:8-9
4
୨ କରିନ୍ଥୀୟ 4:7
ମାତ୍ର ମହାଶକ୍ତି ଯେ ଈଶ୍ବରଙ୍କର, ପୁଣି, ତାହା ଯେ ଆମ୍ଭମାନଙ୍କଠାରୁ ଉତ୍ପନ୍ନ ନୁହେଁ, ଏହା ଯେପରି ପ୍ରକାଶ ପାଏ, ଏଥିନିମନ୍ତେ ଆମ୍ଭେମାନେ ଏହି ଧନ ମୃତ୍ତିକା ପାତ୍ରରେ ପାଇଅଛୁ
Explore ୨ କରିନ୍ଥୀୟ 4:7
5
୨ କରିନ୍ଥୀୟ 4:4
ଈଶ୍ବରଙ୍କ ପ୍ରତିମୂର୍ତ୍ତି ଯେ ଖ୍ରୀଷ୍ଟ ତାହାଙ୍କ ଗୌରବମୟ ସୁସମାଚାରର ଆଲୋକ ଯେପରି ଏହି ପ୍ରକାର ଲୋକଙ୍କ ପ୍ରତି ପ୍ରକାଶିତ ନ ହୁଏ, ଏଥିନିମନ୍ତେ ଏହି ଜଗତ୍ପତି ଅବିଶ୍ୱାସୀମାନଙ୍କର ଜ୍ଞାନଚକ୍ଷୁ ଅନ୍ଧ କରିଅଛି।
Explore ୨ କରିନ୍ଥୀୟ 4:4
6
୨ କରିନ୍ଥୀୟ 4:6
ଯେଣୁ ଅନ୍ଧକାରରୁ ଦୀପ୍ତି ପ୍ରକାଶ ପାଉ ବୋଲି ଆଜ୍ଞା ଦେଇଥିଲେ ଯେଉଁ ଈଶ୍ବର, ସେ ଖ୍ରୀଷ୍ଟଙ୍କ ମୁଖରେ ପ୍ରକାଶିତ ଈଶ୍ବରଙ୍କ ଗୌରବମୟ ଜ୍ଞାନର ଆଲୋକ ଦେଖାଇବା ନିମନ୍ତେ ଆମ୍ଭମାନଙ୍କ ହୃଦୟରେ ଆଲୋକ ପ୍ରକାଶ କରିଅଛନ୍ତି।
Explore ୨ କରିନ୍ଥୀୟ 4:6