ପରେ ସେ ସେମାନଙ୍କ ମଧ୍ୟରେ ଆଠ ବା ଦଶ ଦିନରୁ ଅଧିକ ନ ରହି କାଇସରିୟାକୁ ବାହୁଡ଼ି ଗଲେ, ଆଉ ପରଦିନ ବିଚାରାସନରେ ବସି ପାଉଲଙ୍କୁ ଆଣିବା ନିମନ୍ତେ ଆଦେଶ ଦେଲେ। ସେ ଆସନ୍ତେ ଯିରୂଶାଲମ ସହରରୁ ଆଗତ ଯିହୁଦୀମାନେ ତାହାଙ୍କ ଚାରିଆଡ଼େ ଠିଆ ହୋଇ ତାହାଙ୍କ ବିରୁଦ୍ଧରେ ଅନେକ ଗୁରୁତର ଅଭିଯୋଗ ଆଣିବାକୁ ଲାଗିଲେ, କିନ୍ତୁ ସେମାନେ ସେହିସବୁ ପ୍ରମାଣ କରିପାରିଲେ ନାହିଁ।