ଯେହେତୁ ଆମ୍ଭେ ଆଜି ରାତ୍ରି ମିସର ଦେଶର ମଧ୍ୟଦେଇ ଯାଇ ମିସର ଦେଶସ୍ଥ ମନୁଷ୍ୟ ଓ ପଶୁର ସମସ୍ତ ପ୍ରଥମଜାତକୁ ସଂହାର କରିବା; ପୁଣି, ମିସରୀୟ ସମସ୍ତ ଦେବତାର ବିଚାର କରି ଦଣ୍ଡ ଦେବା; ଆମ୍ଭେ ସଦାପ୍ରଭୁ। ଏଣୁକରି ତୁମ୍ଭେମାନେ ଯେଉଁ ଯେଉଁ ଗୃହରେ ଥାଅ, ସେହି ସେହି ଗୃହରେ ସେହି ରକ୍ତ ଚିହ୍ନ ସ୍ୱରୂପେ ରହିବ; ଆଉ ଆମ୍ଭେ ମିସର ଦେଶକୁ ଦଣ୍ଡ ଦେବା ସମୟରେ ସେହି ରକ୍ତ ଦେଖିଲେ, ତୁମ୍ଭମାନଙ୍କୁ ଛାଡ଼ି ଆଗକୁ ଯିବା, ପୁଣି, ସଂହାରକ ଆଘାତ ତୁମ୍ଭମାନଙ୍କ ପ୍ରତି ଘଟିବ ନାହିଁ।