ତହୁଁ ସେମାନେ ମାରାଠାରେ ଉପସ୍ଥିତ ହୁଅନ୍ତେ, ତିକ୍ତତା ହେତୁରୁ ମାରାର ଜଳ ପାନ କରି ପାରିଲେ ନାହିଁ; ଏଣୁ ତାହାର ନାମ ମାରା ହେଲା। ସେତେବେଳେ ଲୋକମାନେ ମୋଶାଙ୍କ ବିରୁଦ୍ଧରେ ବଚସା କରି କହିଲେ, “ଆମ୍ଭେମାନେ କଅଣ ପିଇବା?” ତହିଁରେ ସେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ସଦାପ୍ରଭୁ ତାଙ୍କୁ ଏକ-ପ୍ରକାର କାଷ୍ଠ ଦେଖାଇଲେ, ସେ ତାହା ନେଇ ଜଳରେ ପକାନ୍ତେ, ଜଳ ମିଷ୍ଟ ହେଲା। ସେହି ସ୍ଥାନରେ ସଦାପ୍ରଭୁ ସେମାନଙ୍କ ନିମନ୍ତେ ବିଧି ଓ ଆଦେଶ ନିରୂପଣ କଲେ, ପୁଣି, ସେମାନଙ୍କର ପରୀକ୍ଷା ନେଇ କହିଲେ