ଦେଖ, ଆମ୍ଭେ ହୋରେବରେ ସେହି ଶୈଳ ଉପରେ ତୁମ୍ଭ ସମ୍ମୁଖରେ ଠିଆ ହେବା; ତୁମ୍ଭେ ସେହି ଶୈଳକୁ ଆଘାତ କଲେ, ତହିଁରୁ ଜଳ ନିର୍ଗତ ହେବ, ଆଉ ଲୋକମାନେ ତାହା ପାନ କରିବେ;” ତେବେ ମୋଶା ଇସ୍ରାଏଲର ପ୍ରାଚୀନବର୍ଗଙ୍କ ଦୃଷ୍ଟିରେ ସେହିରୂପ କଲେ। ପୁଣି, ସେହି ସ୍ଥାନରେ ଇସ୍ରାଏଲ-ସନ୍ତାନଗଣର ବିବାଦ ସକାଶୁ ଓ ସଦାପ୍ରଭୁ ଆମ୍ଭମାନଙ୍କ ମଧ୍ୟରେ ଅଛନ୍ତି କି ନାହିଁ, ଏହା କହି ସଦାପ୍ରଭୁଙ୍କୁ ପରୀକ୍ଷା କରିବା ସକାଶୁ ସେ ସେହି ସ୍ଥାନର ନାମ “ମଃସା ଓ ମିରୀବାଃ ରଖିଲେ।”