“ତୁମ୍ଭେମାନେ ଆପଣାମାନଙ୍କ ପାଇଁ ‘କୌଣସି ଚିହ୍ନ ଦେଖାଅ’ ବୋଲି ଯଦି ଫାରୋ ତୁମ୍ଭମାନଙ୍କୁ କହିବ, ତେବେ ତୁମ୍ଭେ ହାରୋଣକୁ କହିବ, ‘ତୁମ୍ଭର ଯଷ୍ଟି ନେଇ ଫାରୋ ଅଗ୍ରତେ ତଳେ ପକାଅ; ତହିଁରେ ସେହି ଯଷ୍ଟି ସର୍ପ ହେବ।’” ତହୁଁ ମୋଶା ଓ ହାରୋଣ ଫାରୋଙ୍କ ନିକଟକୁ ଯାଇ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ କର୍ମ କଲେ; ପୁଣି, ହାରୋଣ, ଫାରୋ ଓ ତାଙ୍କର ଦାସମାନଙ୍କ ସମ୍ମୁଖରେ ଆପଣା ଯଷ୍ଟି ତଳେ ପକାନ୍ତେ, ତାହା ସର୍ପ ହେଲା।