ସେତେବେଳେ ମନ୍ତ୍ରଜ୍ଞମାନେ ଆପଣା ଆପଣା ମାୟାରେ ସେପ୍ରକାର ଉକୁଣିଆ ପୋକ ଉତ୍ପନ୍ନ କରିବାକୁ ଚେଷ୍ଟା କଲେ, ମାତ୍ର ପାରିଲେ ନାହିଁ; ତହିଁରେ ମନୁଷ୍ୟ ଓ ପଶୁମାନଙ୍କ ଉପରେ ଉକୁଣିଆ ପୋକ ହେଲା। ତେବେ ମନ୍ତ୍ରଜ୍ଞମାନେ ଫାରୋଙ୍କୁ କହିଲେ, “ଏ ତ ପରମେଶ୍ୱରଙ୍କ ଅଙ୍ଗୁଳିକୃତ କର୍ମ,” ତଥାପି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା, ପୁଣି, ସେ ସେମାନଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ।