1
ଗାଲାତୀୟ 6:9
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
IRVOry
ଆମ୍ଭେମାନେ ଉତ୍ତମ କର୍ମ କରିବାରେ କ୍ଳାନ୍ତ ନ ହେଉ; କାରଣ କ୍ଳାନ୍ତ ନୋହିଲେ ଉପଯୁକ୍ତ ସମୟରେ ଶସ୍ୟ କାଟିବା।
Compare
Explore ଗାଲାତୀୟ 6:9
2
ଗାଲାତୀୟ 6:10
ଅତଏବ, ଆମ୍ଭେମାନେ ସୁଯୋଗ ଅନୁସାରେ ସମସ୍ତଙ୍କର, ବିଶେଷତଃ, ଏକ ପରିବାରଭୁକ୍ତ ବିଶ୍ୱାସୀ ସମସ୍ତଙ୍କର ମଙ୍ଗଳ କରୁ।
Explore ଗାଲାତୀୟ 6:10
3
ଗାଲାତୀୟ 6:2
ପରସ୍ପରର ଭାର ବହନ କର; ଏହି ପ୍ରକାରେ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବ୍ୟବସ୍ଥା ସଫଳ କରିବ।
Explore ଗାଲାତୀୟ 6:2
4
ଗାଲାତୀୟ 6:7
ଭ୍ରାନ୍ତ ନ ହୁଅ; ଈଶ୍ବର ବିଦୃପର ପାତ୍ର ନୁହଁନ୍ତି; କାରଣ ମନୁଷ୍ୟ ଯାହା ବୁଣେ, ତାହା ହିଁ କାଟିବ।
Explore ଗାଲାତୀୟ 6:7
5
ଗାଲାତୀୟ 6:8
ଯେଣୁ ଯେ ଆପଣା ଶରୀର ଉଦ୍ଦେଶ୍ୟରେ ବୁଣେ, ସେ ଶରୀରରୁ ଉତ୍ପନ୍ନ କ୍ଷୟଣୀୟ ଶସ୍ୟ କାଟିବ; କିନ୍ତୁ ଯେ ପବିତ୍ର ଆତ୍ମାଙ୍କ ଉଦ୍ଦେଶ୍ୟରେ ବୁଣେ, ସେ ଆତ୍ମାଙ୍କଠାରୁ ଉତ୍ପନ୍ନ ଅନନ୍ତ ଜୀବନରୂପ ଶସ୍ୟ କାଟିବ।
Explore ଗାଲାତୀୟ 6:8
6
ଗାଲାତୀୟ 6:1
ହେ ଭାଇମାନେ, ଯଦି କେହି କୌଣସି ଅପରାଧରେ ଧରାପଡ଼େ, ଆତ୍ମିକ ଯେ ତୁମ୍ଭେମାନେ, ତୁମ୍ଭେମାନେ ମୃଦୁ ଭାବରେ ସେହି ପ୍ରକାର ଲୋକକୁ ସଂଶୋଧନ କର, ପୁଣି, କେଜାଣି ନିଜେ ମଧ୍ୟ ପରୀକ୍ଷାରେ ପଡ଼ିପାର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ।
Explore ଗାଲାତୀୟ 6:1
7
ଗାଲାତୀୟ 6:3-5
ଯଦି କୌଣସି ଲୋକ ଅସାର ହେଲେ ହେଁ ଆପଣାକୁ ବଡ଼ ବୋଲି ମନେ କରେ, ତେବେ ସେ ନିଜକୁ ପ୍ରବଞ୍ଚନା କରେ। କିନ୍ତୁ ପ୍ରତ୍ୟେକ ଜଣ ଆପଣା କର୍ମ ପରୀକ୍ଷା କରୁ, ତେବେ ସେ ଅନ୍ୟ ସହିତ ଆପଣାକୁ ତୁଳନା କରିବା ଦ୍ୱାରା ଦର୍ପ ନ କରି କେବଳ ନିଜଠାରେ ଦର୍ପର କାରଣ ପାଇବ; କାରଣ ପ୍ରତ୍ୟେକ ଜଣ ଆପଣା ଭାର ବହନ କରିବ।
Explore ଗାଲାତୀୟ 6:3-5