ପରମେଶ୍ୱର ଆକାଶର କାକରରୁ
ଓ ପୃଥିବୀର ଉର୍ବରତାରୁ ଉତ୍ପନ୍ନ (ଫଳ)
ଓ ପ୍ରଚୁର ଶସ୍ୟ ଓ ଦ୍ରାକ୍ଷାରସ ତୁମ୍ଭକୁ ଦିଅନ୍ତୁ;
ଲୋକସମୂହ ତୁମ୍ଭର ସେବା କରନ୍ତୁ
ଓ ନାନା ବଂଶ ତୁମ୍ଭକୁ ପ୍ରଣାମ କରନ୍ତୁ;
ତୁମ୍ଭେ ଆପଣା ଜ୍ଞାତିମାନଙ୍କର କର୍ତ୍ତା ହୁଅ,
ପୁଣି, ତୁମ୍ଭର ମାତୃପୁତ୍ରମାନେ ତୁମ୍ଭକୁ ପ୍ରଣାମ କରନ୍ତୁ;
ଯେ ତୁମ୍ଭକୁ ଅଭିଶାପ ଦିଏ, ସେ ଅଭିଶପ୍ତ ହେଉ,
ପୁଣି, ଯେ ତୁମ୍ଭକୁ ଆଶୀର୍ବାଦ କରେ, ସେ ଆଶୀର୍ବାଦ ପ୍ରାପ୍ତ ହେଉ।”