1
ଆଦି ପୁସ୍ତକ 32:28
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
IRVOry
ସେ କହିଲେ, “ତୁମ୍ଭେ ଯାକୁବ ନାମରେ ଆଉ ବିଖ୍ୟାତ ହେବ ନାହିଁ, ମାତ୍ର ଇସ୍ରାଏଲ ନାମରେ ବିଖ୍ୟାତ ହେବ; କାରଣ, ତୁମ୍ଭେ ପରମେଶ୍ୱର ଓ ମନୁଷ୍ୟ ସହିତ ଯୁଦ୍ଧ କରି ଜୟୀ ହୋଇଅଛ।”
Compare
Explore ଆଦି ପୁସ୍ତକ 32:28
2
ଆଦି ପୁସ୍ତକ 32:26
ଏଥିଉତ୍ତାରେ ସେହି ପୁରୁଷ କହିଲେ, “ଆମ୍ଭକୁ ଛାଡ଼, କାରଣ ପ୍ରଭାତ ହେଲା।” ତହୁଁ ଯାକୁବ କହିଲା, “ତୁମ୍ଭେ ମୋତେ ଆଶୀର୍ବାଦ ନ କଲେ, ମୁଁ ତୁମ୍ଭଙ୍କୁ ଛାଡ଼ିବି ନାହିଁ।”
Explore ଆଦି ପୁସ୍ତକ 32:26
3
ଆଦି ପୁସ୍ତକ 32:24
ସେତେବେଳେ ଯାକୁବ ସେଠାରେ ଏକାକୀ ରହିଲା; ତହୁଁ ଜଣେ ପୁରୁଷ ପ୍ରଭାତ ପର୍ଯ୍ୟନ୍ତ ତାହା ସହିତ ମଲ୍ଲଯୁଦ୍ଧ କଲେ।
Explore ଆଦି ପୁସ୍ତକ 32:24
4
ଆଦି ପୁସ୍ତକ 32:30
ସେତେବେଳେ ସେହି ସ୍ଥାନର ନାମ ପନୂୟେଲ ରଖିଲା; ଯେହେତୁ ଯାକୁବ କହିଲା, “ମୁଁ ପରମେଶ୍ୱରଙ୍କୁ ମୁଖାମୁଖି ଦେଖିଲେ ହେଁ ମୋହର ପ୍ରାଣ ବଞ୍ଚିଲା।”
Explore ଆଦି ପୁସ୍ତକ 32:30
5
ଆଦି ପୁସ୍ତକ 32:25
ମାତ୍ର ତାହାକୁ ଜୟ କରି ପାରିଲେ ନାହିଁ ଦେଖି ସେ ଯାକୁବର ଊରୁଦେଶର ସନ୍ଧି ସ୍ଥାନରେ ଆଘାତ କଲେ; ତାହାଙ୍କ ସହିତ ଏପ୍ରକାର ମଲ୍ଲଯୁଦ୍ଧ କରିବାରୁ ଯାକୁବର ଊରୁସନ୍ଧି ଖସିଗଲା।
Explore ଆଦି ପୁସ୍ତକ 32:25
6
ଆଦି ପୁସ୍ତକ 32:27
ପୁନର୍ବାର ସେହି ମନୁଷ୍ୟ କହିଲେ, “ତୁମ୍ଭର ନାମ କଅଣ?” ସେ କହିଲା, “ଯାକୁବ।”
Explore ଆଦି ପୁସ୍ତକ 32:27
7
ଆଦି ପୁସ୍ତକ 32:29
ସେତେବେଳେ ଯାକୁବ ପଚାରି କହିଲା, “ମୁଁ ବିନୟ କରୁଅଛି, ତୁମ୍ଭର ନାମ କୁହ।” ସେ କହିଲେ, “ତୁମ୍ଭେ କାହିଁକି ଆମ୍ଭର ନାମ ପଚାରୁଅଛ?” ତହୁଁ ସେ ସେଠାରେ ଯାକୁବକୁ ଆଶୀର୍ବାଦ କଲେ।
Explore ଆଦି ପୁସ୍ତକ 32:29
8
ଆଦି ପୁସ୍ତକ 32:10
ତୁମ୍ଭେ ଏହି ଦାସ ପ୍ରତି ଯେଉଁ ସମସ୍ତ ଦୟା ଓ ଯେଉଁ ସମସ୍ତ ବିଶ୍ୱସ୍ତତା ପ୍ରକାଶ କରିଅଛ, ମୁଁ ତହିଁର ଅଳ୍ପ ମଧ୍ୟ ପାଇବାର ଯୋଗ୍ୟ ନୁହେଁ; ଯେହେତୁ ମୁଁ ନିଜର ଯଷ୍ଟି ମାତ୍ର ଘେନି ଏହି ଯର୍ଦ୍ଦନ ପାର ହୋଇଥିଲି, ମାତ୍ର ଏବେ ମୁଁ ଦୁଇ ଦଳ ହୋଇଅଛି।
Explore ଆଦି ପୁସ୍ତକ 32:10
9
ଆଦି ପୁସ୍ତକ 32:32
ଏହେତୁ ଇସ୍ରାଏଲର ସନ୍ତାନମାନେ ଆଜି ପର୍ଯ୍ୟନ୍ତ (କୌଣସି) ଊରୁଦେଶର ଉପରିସ୍ଥ ସନ୍ଧିଶିରା ଭୋଜନ କରନ୍ତି ନାହିଁ, କାରଣ ସେ ଯାକୁବର ଊରୁଦେଶର ସନ୍ଧିଶିରା ସ୍ପର୍ଶ କରିଥିଲେ।
Explore ଆଦି ପୁସ୍ତକ 32:32
10
ଆଦି ପୁସ୍ତକ 32:9
ସେତେବେଳେ ଯାକୁବ କହିଲା, “ହେ ମୋହର ପିତା ଅବ୍ରହାମଙ୍କର ପରମେଶ୍ୱର, ହେ ମୋହର ପିତା ଇସ୍ହାକଙ୍କର ପରମେଶ୍ୱର, ହେ ସଦାପ୍ରଭୋ, ତୁମ୍ଭେ ମୋତେ କହିଥିଲ, ‘ତୁମ୍ଭେ ଆପଣା ଦେଶ ଓ ଜ୍ଞାତିମାନଙ୍କ ନିକଟକୁ ଫେରିଯାଅ, ତହିଁରେ ଆମ୍ଭେ ତୁମ୍ଭର ମଙ୍ଗଳ କରିବା।’
Explore ଆଦି ପୁସ୍ତକ 32:9
11
ଆଦି ପୁସ୍ତକ 32:11
ବିନୟ କରୁଅଛି, ମୋʼ ଭ୍ରାତାର ହସ୍ତରୁ, ଏଷୌର ହସ୍ତରୁ ମୋତେ ରକ୍ଷା କର; କାରଣ ମୁଁ ତାହାକୁ ଭୟ କରୁଅଛି, କେଜାଣି ସେ ଆସି ମୋତେ ଓ ମାତା ଓ ବାଳକମାନଙ୍କୁ ବଧ କରିବ।
Explore ଆଦି ପୁସ୍ତକ 32:11
Home
Bible
Plans
Videos