1
ଆଦି ପୁସ୍ତକ 37:5
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
IRVOry
ଏଥିଉତ୍ତାରେ ଯୋଷେଫ ଗୋଟିଏ ସ୍ୱପ୍ନ ଦେଖି ଆପଣା ଭାଇମାନଙ୍କୁ କହିଲା; ଏଥିରେ ସେମାନେ ତାକୁ ଆହୁରି ଅଧିକ ଘୃଣା କଲେ।
Compare
Explore ଆଦି ପୁସ୍ତକ 37:5
2
ଆଦି ପୁସ୍ତକ 37:3
ସେହି ଯୋଷେଫ ଇସ୍ରାଏଲର ବୃଦ୍ଧାବସ୍ଥାର ସନ୍ତାନ ହେବା ସକାଶୁ ଇସ୍ରାଏଲ ସମସ୍ତ ପୁତ୍ରଠାରୁ ତାକୁ ଅଧିକ ସ୍ନେହ କଲେ, ଆଉ ତାକୁ ନାନା ବର୍ଣ୍ଣର ଏକ ଅଙ୍ଗରଖା ପ୍ରସ୍ତୁତ କରି ଦେଇଥିଲେ।
Explore ଆଦି ପୁସ୍ତକ 37:3
3
ଆଦି ପୁସ୍ତକ 37:4
ମାତ୍ର ପିତା ସମସ୍ତ ପୁତ୍ର ଅପେକ୍ଷା ଯୋଷେଫକୁ ଅଧିକ ସ୍ନେହ କରିବାର ଦେଖି ତାହାର ଭାଇମାନେ ତାକୁ ଘୃଣା କଲେ ଓ ତାହା ପ୍ରତି ପ୍ରେମର କଥା କହି ପାରିଲେ ନାହିଁ।
Explore ଆଦି ପୁସ୍ତକ 37:4
4
ଆଦି ପୁସ୍ତକ 37:9
ଏଥିଉତ୍ତାରେ ଯୋଷେଫ ଆଉ ଗୋଟିଏ ସ୍ୱପ୍ନ ଦେଖି ଭାଇମାନଙ୍କୁ ଜଣାଇ କହିଲା, “ଦେଖ, ମୁଁ ଆଉ ଏକ ସ୍ୱପ୍ନ ଦେଖିଅଛି, ଦେଖ, ସୂର୍ଯ୍ୟ ଓ ଚନ୍ଦ୍ର ଓ ଏକାଦଶ ନକ୍ଷତ୍ର ମୋତେ ପ୍ରଣାମ କଲେ।”
Explore ଆଦି ପୁସ୍ତକ 37:9
5
ଆଦି ପୁସ୍ତକ 37:11
ତହିଁରେ ତାହାର ଭାଇମାନେ ତାକୁ ଈର୍ଷା କଲେ, ମାତ୍ର ତାହାର ପିତା ସେହି କଥା ମନେ ରଖିଲେ।
Explore ଆଦି ପୁସ୍ତକ 37:11
6
ଆଦି ପୁସ୍ତକ 37:6-7
କାରଣ ସେ ସେମାନଙ୍କୁ କହିଲା, “ମୁଁ ଯେଉଁ ସ୍ୱପ୍ନ ଦେଖିଅଛି, ନିବେଦନ କରୁଅଛି, ତାହା ଶୁଣ। ଦେଖ, ଆମ୍ଭେମାନେ କ୍ଷେତରେ ବିଡ଼ା ବାନ୍ଧୁଥିଲୁ, ତହିଁରେ ଦେଖ, ମୋହର ବିଡ଼ା ଉଠି ଛିଡ଼ା ହେଲା; ପୁଣି, ଦେଖ, ତୁମ୍ଭମାନଙ୍କ ବିଡ଼ାସବୁ ମୋʼ ବିଡ଼ାକୁ ଚାରିଆଡ଼େ ଘେରି ପ୍ରଣାମ କଲେ।”
Explore ଆଦି ପୁସ୍ତକ 37:6-7
7
ଆଦି ପୁସ୍ତକ 37:20
ଆସ, ଆମ୍ଭେମାନେ ତାକୁ ବଧ କରି କୌଣସି ଏକ ଗାତରେ ପକାଇ ଦେଉ; ପୁଣି, ‘କୌଣସି ହିଂସ୍ରକ ଜନ୍ତୁ ତାକୁ ଖାଇପକାଇଲା ବୋଲି କହିବା;’ ଆଚ୍ଛା ଦେଖିବା, ତାହାର ସ୍ୱପ୍ନ ସବୁର କଅଣ ହେବ।”
Explore ଆଦି ପୁସ୍ତକ 37:20
8
ଆଦି ପୁସ୍ତକ 37:28
ସେତେବେଳେ ସେହି ମିଦୀୟନୀୟ ବଣିକମାନେ ନିକଟକୁ ଆସନ୍ତେ, ସେମାନେ ଯୋଷେଫକୁ ଗର୍ତ୍ତ ମଧ୍ୟରୁ ଉପରକୁ ଟାଣି ଆଣିଲେ; ପୁଣି, ଇଶ୍ମାୟେଲୀୟମାନଙ୍କଠାରୁ କୋଡ଼ିଏ ଶେକେଲ ରୌପ୍ୟ ମୁଦ୍ରା ନେଇ ଯୋଷେଫକୁ ବିକ୍ରୟ କରିଦେଲେ; ତହିଁରେ ସେମାନେ ଯୋଷେଫକୁ ମିସର ଦେଶକୁ ନେଇଗଲେ।
Explore ଆଦି ପୁସ୍ତକ 37:28
9
ଆଦି ପୁସ୍ତକ 37:19
ଆଉ, ସେମାନେ ଏକ ଆରେକକୁ କହିଲେ, “ଏହି ଦେଖ, ସ୍ୱପ୍ନଦର୍ଶକ ମହାଶୟ ଆସୁଅଛନ୍ତି।
Explore ଆଦି ପୁସ୍ତକ 37:19
10
ଆଦି ପୁସ୍ତକ 37:18
ସେମାନେ ତାହାକୁ ଦୂରରୁ ଦେଖିଲେ, ପୁଣି, ସେ ସେମାନଙ୍କ ନିକଟରେ ପହଞ୍ଚିବା ପୂର୍ବେ ସେମାନେ ତାକୁ ବଧ କରିବା ପାଇଁ ମନ୍ତ୍ରଣା କଲେ।
Explore ଆଦି ପୁସ୍ତକ 37:18
11
ଆଦି ପୁସ୍ତକ 37:22
ଆଉ ରୁବେନ୍ ସେମାନଙ୍କ ହସ୍ତରୁ ତାକୁ ରକ୍ଷା କରି ପିତା ନିକଟକୁ ଫେରି ପଠାଇବା ମାନସରେ ସେମାନଙ୍କୁ କହିଲା, “ତୁମ୍ଭେମାନେ ରକ୍ତପାତ କର ନାହିଁ, ପ୍ରାନ୍ତରର ଏହି ଗର୍ତ୍ତ ମଧ୍ୟରେ ତାକୁ ପକାଇଦିଅ, ମାତ୍ର ତାହା ପ୍ରତି ହାତ ଉଠାଅ ନାହିଁ।”
Explore ଆଦି ପୁସ୍ତକ 37:22
Home
Bible
Plans
Videos