1
ଆଦି ପୁସ୍ତକ 45:5
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
IRVOry
ମାତ୍ର, ତୁମ୍ଭେମାନେ ମୋତେ ଏଠାକୁ ଆସିବା ପାଇଁ ବିକ୍ରୟ କଲ ବୋଲି ଏବେ ଦୁଃଖିତ ଓ ଆପଣା ଆପଣା ପ୍ରତି ବିରକ୍ତ ହୁଅ ନାହିଁ; କାରଣ ପରମେଶ୍ୱର ପ୍ରାଣ ବଞ୍ଚାଇବା ନିମନ୍ତେ ତୁମ୍ଭମାନଙ୍କ ଆଗେ ମୋତେ ପଠାଇଲେ।
Compare
Explore ଆଦି ପୁସ୍ତକ 45:5
2
ଆଦି ପୁସ୍ତକ 45:8
ଏନିମନ୍ତେ ତୁମ୍ଭେମାନେ ଯେ ମୋତେ ଏ ସ୍ଥାନକୁ ପଠାଇଅଛ, ତାହା ନୁହେଁ, ପରମେଶ୍ୱର ପଠାଇଅଛନ୍ତି; ପୁଣି, ସେ ମୋତେ ଫାରୋଙ୍କର ପିତା ଓ ତାଙ୍କ ଗୃହର ପ୍ରଭୁ ଓ ସମସ୍ତ ମିସର ଦେଶର କର୍ତ୍ତା କରିଅଛନ୍ତି।
Explore ଆଦି ପୁସ୍ତକ 45:8
3
ଆଦି ପୁସ୍ତକ 45:7
ଏଥିପାଇଁ ପରମେଶ୍ୱର ପୃଥିବୀରେ ତୁମ୍ଭମାନଙ୍କୁ ଅବଶିଷ୍ଟାଂଶ ରୂପେ ରକ୍ଷା କରିବାକୁ ଓ ମହା ଉଦ୍ଧାର ଉପଲକ୍ଷ୍ୟରେ ତୁମ୍ଭମାନଙ୍କୁ ପ୍ରାଣରେ ବଞ୍ଚାଇବାକୁ ତୁମ୍ଭମାନଙ୍କ ଆଗେ ମୋତେ ପଠାଇଅଛନ୍ତି।
Explore ଆଦି ପୁସ୍ତକ 45:7
4
ଆଦି ପୁସ୍ତକ 45:4
ଏଥିଉତ୍ତାରେ ଯୋଷେଫ ଆପଣା ଭାଇମାନଙ୍କୁ କହିଲେ, “ବିନୟ କରୁଅଛି, ମୋʼ ପାଖକୁ ଆସ,” ତହିଁରେ ସେମାନେ ପାଖକୁ ଯାଆନ୍ତେ, ସେ କହିଲେ, “ମୁଁ ତୁମ୍ଭମାନଙ୍କର ଭାଇ ଯୋଷେଫ, ଯାହାକୁ ତୁମ୍ଭେମାନେ ମିସରଗାମୀ ଲୋକମାନଙ୍କୁ ବିକ୍ରୟ କରିଥିଲ।
Explore ଆଦି ପୁସ୍ତକ 45:4
5
ଆଦି ପୁସ୍ତକ 45:6
ଦେଖ, କେବଳ ଦୁଇ ବର୍ଷ ହେଲା ଦେଶରେ ଦୁର୍ଭିକ୍ଷ ହୋଇଅଛି; ଆହୁରି ପାଞ୍ଚ ବର୍ଷ ବାକି ଅଛି, ତହିଁ ମଧ୍ୟରେ ଚାଷ କି ଶସ୍ୟର ଚ୍ଛେଦନ ହେବ ନାହିଁ।
Explore ଆଦି ପୁସ୍ତକ 45:6
6
ଆଦି ପୁସ୍ତକ 45:3
ଯୋଷେଫ ଆପଣା ଭାଇମାନଙ୍କୁ କହିଲେ, “ମୁଁ ଯୋଷେଫ; ମୋʼ ପିତା କି ଆଜି ପର୍ଯ୍ୟନ୍ତ ବଞ୍ଚିଅଛନ୍ତି?” ଏଥିରେ ତାଙ୍କର ଭାଇମାନେ ତାଙ୍କ ସାକ୍ଷାତରେ ଭୟଭୀତ ହେବାରୁ କିଛି ଉତ୍ତର ଦେଇ ପାରିଲେ ନାହିଁ।
Explore ଆଦି ପୁସ୍ତକ 45:3
Home
Bible
Plans
Videos