ଏଥିଉତ୍ତାରେ ସେ ଯୋଷେଫଙ୍କୁ ଆଶୀର୍ବାଦ କରି କହିଲେ, “ଯେଉଁ ପରମେଶ୍ୱରଙ୍କ ସାକ୍ଷାତରେ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍ହାକ ଗମନାଗମନ କରିଥିଲେ, ଯେଉଁ ପରମେଶ୍ୱର ଜନ୍ମ ଦିନଠାରୁ ଆଜି ପର୍ଯ୍ୟନ୍ତ ମୋତେ ପ୍ରତିପାଳନ କରିଅଛନ୍ତି, ଯେଉଁ ଦୂତ ସମସ୍ତ ଆପଦରୁ ମୋତେ ମୁକ୍ତ କରିଅଛନ୍ତି, ସେ ଏହି ବାଳକମାନଙ୍କୁ ଆଶୀର୍ବାଦ କରନ୍ତୁ; ଏମାନେ ମୋʼ ନାମରେ ଓ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍ହାକଙ୍କ ନାମରେ ବିଖ୍ୟାତ ହେଉନ୍ତୁ, ପୁଣି, ଏମାନେ ଦେଶ ମଧ୍ୟରେ ବୃଦ୍ଧି ପାଇ ଲୋକସମୂହ ହେଉନ୍ତୁ।”