ମାତ୍ର ତାହାର ଧନୁ ଦୃଢ଼ ହୋଇ ରହିଲା,
ପୁଣି, ଯେ ଯାକୁବର ବଳଦାତା
(ତହିଁ ସକାଶୁ ଇସ୍ରାଏଲର ପାଳକ ଓ ଶୈଳ ବୋଲି ବିଖ୍ୟାତ),
ଅର୍ଥାତ୍, ପୈତୃକ ପରମେଶ୍ୱର, ଯେ ତୁମ୍ଭର ଉପକାର କରିବେ
ଓ ସର୍ବଶକ୍ତିମାନ, ଯେ ଉପରିସ୍ଥ ଆକାଶରୁ ମଙ୍ଗଳ,
ଅଧଃସ୍ଥାନରେ ବିସ୍ତୀର୍ଣ୍ଣ ବାରିଧିରୁ ମଙ୍ଗଳ,
ସ୍ତନ ଓ ଗର୍ଭରୁ ମଙ୍ଗଳ ଦେଇ ତୁମ୍ଭକୁ ଆଶୀର୍ବାଦ କରିବେ,
ତାହାଙ୍କ ଦ୍ୱାରା ତାହାର ହସ୍ତର ବାହୁ ବଳବାନ ହେଲା।