1
ଲୂକ 10:19
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
IRVOry
ଦେଖ, ମୁଁ ତୁମ୍ଭମାନଙ୍କୁ ସାପ ଓ ବିଛା ଉପରେ ଚାଲିବାକୁ କ୍ଷମତା ଦେଇଅଛି, ପୁଣି, ଶତ୍ରୁର ସମସ୍ତ ଶକ୍ତି ଉପରେ ମଧ୍ୟ କ୍ଷମତା ଦେଇଅଛି, ଆଉ କିଛି ହେଲେ କୌଣସି ପ୍ରକାରେ ତୁମ୍ଭମାନଙ୍କର କ୍ଷତି କରିବ ନାହିଁ।
Compare
Explore ଲୂକ 10:19
2
ଲୂକ 10:41-42
କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, “ମାର୍ଥା, ମାର୍ଥା, ତୁମ୍ଭେ ବହୁତ ବିଷୟରେ ଚିନ୍ତିତ ଓ ବ୍ୟତିବ୍ୟସ୍ତ ହେଉଅଛ, କିନ୍ତୁ ଅଳ୍ପ କେତୋଟି, ବରଂ ଗୋଟିଏ ମାତ୍ର ଆବଶ୍ୟକ; ମରୀୟମ ତ ଉତ୍ତମ ଭାଗ ମନୋନୀତ କରିଅଛି, ଆଉ ତାହା ତାହାଠାରୁ ନିଆଯିବ ନାହିଁ।”
Explore ଲୂକ 10:41-42
3
ଲୂକ 10:27
ସେ ଉତ୍ତର ଦେଲେ, ତୁମ୍ଭେ ଆପଣାର ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ସମସ୍ତ ଶକ୍ତି ଓ ସମସ୍ତ ମନ ଦେଇ ପ୍ରଭୁ ଆପଣା ଈଶ୍ବରଙ୍କୁ ପ୍ରେମ କର; ପୁଣି, ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।
Explore ଲୂକ 10:27
4
ଲୂକ 10:2
ପୁଣି, ସେ ସେମାନଙ୍କୁ କହିଲେ, “ଶସ୍ୟ ସିନା ପ୍ରଚୁର, ମାତ୍ର କାର୍ଯ୍ୟକାରୀମାନେ ଅଳ୍ପ; ଏଣୁ ଆପଣା ଶସ୍ୟକ୍ଷେତ୍ରକୁ କାର୍ଯ୍ୟକାରୀମାନଙ୍କୁ ପଠାଇଦେବା ନିମନ୍ତେ ଶସ୍ୟକ୍ଷେତ୍ରର ମାଲିକଙ୍କ ନିକଟରେ ନିବେଦନ କର।
Explore ଲୂକ 10:2
5
ଲୂକ 10:36-37
“ଏହି ତିନି ଜଣଙ୍କ ମଧ୍ୟରୁ କିଏ ଡକାଇତମାନଙ୍କ ହାବୁଡ଼ରେ ପଡ଼ିଥିବା ଲୋକଟିର ପ୍ରତିବାସୀ ବୋଲି ମନେ କରୁଅଛ?” ସେ କହିଲେ, ଯେ ତାହା ପ୍ରତି ଦୟା କଲା, ସେ। ଯୀଶୁ ତାହାଙ୍କୁ କହିଲେ, “ଯାଅ, ତୁମ୍ଭେ ମଧ୍ୟ ସେହି ପ୍ରକାର କର।”
Explore ଲୂକ 10:36-37
6
ଲୂକ 10:3
ତୁମ୍ଭେମାନେ ଯାଅ; ଦେଖ, ବାଘମାନଙ୍କ ମଧ୍ୟରେ ମେଣ୍ଢାଛୁଆମାନଙ୍କ ପରି ମୁଁ ତୁମ୍ଭମାନଙ୍କୁ ପଠାଉଅଛି।
Explore ଲୂକ 10:3