1
ରୋମୀୟ 14:17-18
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
IRVOry
କାରଣ ଈଶ୍ବରଙ୍କ ରାଜ୍ୟ ଭୋଜନପାନ ନୁହେଁ, କିନ୍ତୁ ଧାର୍ମିକତା, ଶାନ୍ତି ଓ ପବିତ୍ର ଆତ୍ମାଙ୍କଠାରେ ଆନନ୍ଦ ଅଟେ। ଯେଣୁ ଯେ ଏହି ବିଷୟରେ ଖ୍ରୀଷ୍ଟଙ୍କର ସେବା କରେ, ସେ ଈଶ୍ବରଙ୍କ ନିକଟରେ ସୁଗ୍ରାହ୍ୟ ଓ ମନୁଷ୍ୟମାନଙ୍କ ନିକଟରେ ପରୀକ୍ଷାସିଦ୍ଧ ହୁଏ।
Compare
Explore ରୋମୀୟ 14:17-18
2
ରୋମୀୟ 14:8
ଯେଣୁ, ଯଦି ଆମ୍ଭେମାନେ ବଞ୍ଚୁ, ତେବେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ବଞ୍ଚୁ, କିମ୍ବା ଯଦି ମରୁ, ତେବେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ମରୁ। ଅତଏବ, ଯଦି ଆମ୍ଭେମାନେ ବଞ୍ଚୁ କିମ୍ବା ମରୁ, ଆମ୍ଭେମାନେ ପ୍ରଭୁଙ୍କର ଅଟୁ।
Explore ରୋମୀୟ 14:8
3
ରୋମୀୟ 14:19
ଅତଏବ ଆସ, ଯେ ଯେ ବିଷୟ ଶାନ୍ତିଜନକ, ଆଉ ଯେ ଯେ ବିଷୟ ଦ୍ୱାରା ପରସ୍ପରର ନିଷ୍ଠା ହୁଏ, ସେହି ସବୁର ଆମ୍ଭେମାନେ ଅନୁଗମନ କରୁ।
Explore ରୋମୀୟ 14:19
4
ରୋମୀୟ 14:13
ଏଣୁ ଆସ, ଆମ୍ଭେମାନେ ଆଉ ପରସ୍ପରର ବିଚାର ନ କରୁ; ମାତ୍ର କେହି ଯେପରି ଆପଣା ଭାଇର ବାଟରେ ବାଧାଜନକ କିମ୍ବା ବିଘ୍ନଜନକ ବିଷୟ ନ ରଖେ, ଏହା ତୁମ୍ଭେମାନେ ବିଚାର କର।
Explore ରୋମୀୟ 14:13
5
ରୋମୀୟ 14:11-12
ଯେଣୁ ଲେଖାଅଛି, “ପ୍ରଭୁ କହନ୍ତି, ‘ଆମ୍ଭେ ଜୀବିତ ଥିବା ପ୍ରମାଣେ,’ ‘ପ୍ରତ୍ୟେକ ଆଣ୍ଠୁ ଆମ୍ଭ ଛାମୁରେ ନତ ହେବ, ଆଉ ପ୍ରତ୍ୟେକ ଜିହ୍ୱା ଈଶ୍ବରଙ୍କ ପ୍ରଶଂସା କରିବ।’” ଅତଏବ, ଆମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଈଶ୍ବରଙ୍କ ଛାମୁରେ ନିଜ ନିଜର ହିସାବ ଦେବାକୁ ହେବ।
Explore ରୋମୀୟ 14:11-12
6
ରୋମୀୟ 14:1
ବିଶ୍ୱାସରେ ଯେ ଦୁର୍ବଳ, ତାହାକୁ ଗ୍ରହଣ କର, କିନ୍ତୁ ବିଭିନ୍ନ ମତ ସମ୍ବନ୍ଧରେ ତର୍କବିତର୍କ କରିବା ନିମନ୍ତେ ତାହା କର ନାହିଁ।
Explore ରୋମୀୟ 14:1
7
ରୋମୀୟ 14:4
ତୁମ୍ଭେ କିଏ ଯେ ଅନ୍ୟର ଦାସର ବିଚାର କରୁଅଛ? ସେ ଆପଣା ପ୍ରଭୁ ନିକଟରେ ସ୍ଥିର ରୁହେ ବା ପତିତ ହୁଏ; ହଁ, ତାହାକୁ ସ୍ଥିର ରଖାଯିବ, କାରଣ ତାହାକୁ ସ୍ଥିର ରଖିବାକୁ ପ୍ରଭୁଙ୍କର ଶକ୍ତି ଅଛି।
Explore ରୋମୀୟ 14:4