1
ରୋମୀୟ 3:23-24
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
IRVOry
ସମସ୍ତେ ତ ପାପ କରିଅଛନ୍ତି, ପୁଣି, ଈଶ୍ବରଙ୍କ ଗୌରବରହିତ ହୋଇଅଛନ୍ତି, ପୁଣି, ସେମାନେ ବିନାମୂଲ୍ୟରେ ତାହାଙ୍କ ଅନୁଗ୍ରହରେ, ଖ୍ରୀଷ୍ଟ ଯୀଶୁଙ୍କଠାରେ ଯେଉଁ ମୁକ୍ତି ଅଛି, ତଦ୍ୱାରା ଧାର୍ମିକ ଗଣିତ ହୁଅନ୍ତି।
Compare
Explore ରୋମୀୟ 3:23-24
2
ରୋମୀୟ 3:22
ଅର୍ଥାତ୍, ଈଶ୍ବରଙ୍କର ଯେଉଁ ଧାର୍ମିକତା ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ସମସ୍ତ ବିଶ୍ୱାସୀଙ୍କ ପ୍ରତି ବର୍ତ୍ତେ, କାରଣ କୌଣସି ପ୍ରଭେଦ ନାହିଁ
Explore ରୋମୀୟ 3:22
3
ରୋମୀୟ 3:25-26
ଈଶ୍ବର ଆପଣା ସହିଷ୍ଣୁତାରେ ପୂର୍ବକୃତ ପାପସବୁ ଉପେକ୍ଷା କରିଥିବାରୁ ନିଜ ଧାର୍ମିକତା ପ୍ରକାଶ କରିବା ନିମନ୍ତେ ତାହାଙ୍କୁ ଏବଂ ତାହାଙ୍କ ରକ୍ତରେ ବିଶ୍ୱାସ ଦ୍ୱାରା, ପ୍ରାୟଶ୍ଚିତ୍ତବଳି ରୂପେ ପ୍ରଦର୍ଶନ କରିଅଛନ୍ତି, ପୁଣି, ବର୍ତ୍ତମାନ କାଳରେ ଆପଣା ଧାର୍ମିକତା ପ୍ରକାଶ କରିବା ନିମନ୍ତେ ସେ ଏହା କରିଅଛନ୍ତି, ଯେପରି ସେ ସ୍ୱୟଂ ଧାର୍ମିକ ଓ ଯୀଶୁଙ୍କଠାରେ ବିଶ୍ୱାସୀକୁ ଧାର୍ମିକ ଗଣନାକାରୀ ବୋଲି ପ୍ରକାଶିତ ହୁଅନ୍ତି।
Explore ରୋମୀୟ 3:25-26
4
ରୋମୀୟ 3:20
କାରଣ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା କୌଣସି ପ୍ରାଣୀ ତାହାଙ୍କ ଛାମୁରେ ଧାର୍ମିକ ଗଣିତ ହେବ ନାହିଁ, ଯେହେତୁ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ପାପର ଜ୍ଞାନ ଜନ୍ମେ।
Explore ରୋମୀୟ 3:20
5
ରୋମୀୟ 3:10-12
ଯେପରି ଲେଖାଅଛି, “ଧାର୍ମିକ କେହି ନାହିଁ, ନା, ଜଣେ ସୁଦ୍ଧା ନାହିଁ, ଯେ ବୁଝେ, ଏପରି କେହି ନାହିଁ; ଯେ ଈଶ୍ବରଙ୍କ ଅନ୍ୱେଷଣ କରେ, ଏପରି ଜଣେ ନାହିଁ; ସେମାନେ ସମସ୍ତେ ବିପଥରେ ଯାଇଅଛନ୍ତି, ଏକସାଙ୍ଗରେ ଅକର୍ମଣ୍ୟ ହୋଇଅଛନ୍ତି ଯେ ସତ୍କର୍ମ କରେ, ଏପରି କେହି ନାହିଁ, ନା, ଏପରି ଜଣେ ହେଲେ ନାହିଁ।
Explore ରୋମୀୟ 3:10-12
6
ରୋମୀୟ 3:28
ତେବେ ଆମ୍ଭମାନଙ୍କ ମୀମାଂସା ଏହି, ମନୁଷ୍ୟ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ବ୍ୟତୀତ ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହୁଏ।
Explore ରୋମୀୟ 3:28
7
ରୋମୀୟ 3:4
ତାହା କେବେ ହେଁ ନ ହେଉ, ବରଂ ପ୍ରତ୍ୟେକ ମନୁଷ୍ୟ ମିଥ୍ୟାବାଦୀ ହେଲେ ହେଉ, କିନ୍ତୁ ଈଶ୍ବର ସତ୍ୟ ବୋଲି ସ୍ୱୀକାର କରାଯାଉ, ଯେପରି ଲେଖାଅଛି, “ତୁମ୍ଭେ ଆପଣା ବାକ୍ୟରେ ଧାର୍ମିକ ବୋଲି ଜଣାଯିବ, ପୁଣି, ବିଚାରିତ ହେବା ସମୟରେ ବିଜୟୀ ହେବ।”
Explore ରୋମୀୟ 3:4