1
ରୋମୀୟ 6:23
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
IRVOry
କାରଣ ପାପର ବେତନ ମୃତ୍ୟୁ, କିନ୍ତୁ ଈଶ୍ବରଙ୍କ ଅନୁଗ୍ରହ ଦାନ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅନନ୍ତ ଜୀବନ ଅଟେ।
Compare
Explore ରୋମୀୟ 6:23
2
ରୋମୀୟ 6:14
କାରଣ ପାପ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବ ନାହିଁ, ଯେଣୁ ତୁମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୁହଁ, ମାତ୍ର ଅନୁଗ୍ରହର ଅଧୀନ ଅଟ।
Explore ରୋମୀୟ 6:14
3
ରୋମୀୟ 6:4
ଅତଏବ, ଆମ୍ଭେମାନେ ବାପ୍ତିସ୍ମ ଦ୍ୱାରା ମରଣରେ ତାହାଙ୍କ ସହିତ ସମାଧି ପାଇଅଛୁ, ଯେପରି ଖ୍ରୀଷ୍ଟ ପିତାଙ୍କ ଗୌରବ ଦ୍ୱାରା ମୃତମାନଙ୍କ ମଧ୍ୟରୁ ଯେଉଁ ପ୍ରକାରେ ଉତ୍ଥାପିତ ହେଲେ, ଆମ୍ଭେମାନେ ମଧ୍ୟ ସେହି ପ୍ରକାରେ ଜୀବନର ନୂତନ ଭାବରେ ଆଚରଣ କରୁ
Explore ରୋମୀୟ 6:4
4
ରୋମୀୟ 6:13
କିମ୍ବା ଆପଣା ଆପଣାର ଅଙ୍ଗପ୍ରତ୍ୟଙ୍ଗକୁ ଅଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ପାପ ନିକଟରେ ସମର୍ପଣ କର ନାହିଁ, କିନ୍ତୁ ମୃତମାନଙ୍କ ମଧ୍ୟରୁ ଜୀବିତ ହେଲା ପରି ଆପଣା ଆପଣାକୁ ଈଶ୍ବରଙ୍କ ନିକଟରେ ସମର୍ପଣ କର, ପୁଣି, ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ଈଶ୍ବରଙ୍କ ନିକଟରେ ସମର୍ପଣ କର।
Explore ରୋମୀୟ 6:13
5
ରୋମୀୟ 6:6
ଯେପରି ଆମ୍ଭେମାନେ ଆଉ ପାପର ଦାସତ୍ୱରେ ନ ରହୁ, ଏଥିପାଇଁ ପାପର ଶରୀର ବିନଷ୍ଟ ହେବା ନିମନ୍ତେ ଆମ୍ଭମାନଙ୍କର ପୁରାତନ ସ୍ୱଭାବ ଯେ ତାହାଙ୍କ ସହିତ କ୍ରୁଶରେ ହତ ହୋଇଅଛି
Explore ରୋମୀୟ 6:6
6
ରୋମୀୟ 6:11
ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆପଣା ଆପଣାକୁ ପାପ ପ୍ରତି ମୃତ, କିନ୍ତୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଥାଇ ଈଶ୍ବରଙ୍କ ପ୍ରତି ଜୀବିତ ବୋଲି ଗଣନା କର।
Explore ରୋମୀୟ 6:11
7
ରୋମୀୟ 6:1-2
ତେବେ, ଆମ୍ଭେମାନେ କଅଣ କରିବା? ଅନୁଗ୍ରହ ଯେପରି ପ୍ରଚୁର ହୁଏ, ଏଥିପାଇଁ କି ପାପରେ ରହିଥିବା? ତାହା କେବେ ହେଁ ନ ହେଉ। ପାପ ପ୍ରତି ମୃତ୍ୟୁ ଯେ ଆମ୍ଭେମାନେ, କିପରି ସେଥିରେ ଆଉ ଆମ୍ଭେମାନେ ଜୀବନ କାଟିବା?
Explore ରୋମୀୟ 6:1-2
8
ରୋମୀୟ 6:16
ମୃତ୍ୟୁଜନକ ପାପ କିମ୍ବା ଧାର୍ମିକତାଜନକ ଆଜ୍ଞାବହତା, ଏହା ମଧ୍ୟରୁ ଯାହା ନିକଟରେ ତୁମ୍ଭେମାନେ ଆଜ୍ଞାବହ ହେବା ନିମନ୍ତେ ଆପଣା ଆପଣାକୁ ଦାସ ରୂପେ ସମର୍ପଣ କର, ଅର୍ଥାତ୍ ଯାହାର ଆଜ୍ଞା ପାଳନ କର, ତାହାର ଯେ ତୁମ୍ଭେମାନେ ଦାସ ଅଟ, ଏହା କଅଣ ଜାଣ ନାହିଁ?
Explore ରୋମୀୟ 6:16
9
ରୋମୀୟ 6:17-18
କିନ୍ତୁ ଈଶ୍ବରଙ୍କର ଧନ୍ୟବାଦ ହେଉ ଯେ, ତୁମ୍ଭେମାନେ, ଯେଉଁମାନେ କି ପୂର୍ବରେ ପାପର ଦାସ ଥିଲ, ଏବେ ଯେଉଁ ଶିକ୍ଷାର ଆଦର୍ଶ ନିକଟରେ ସମର୍ପିତ ହୋଇଅଛ, ହୃଦୟ ସହ ସେଥିର ଆଜ୍ଞାବହ ହୋଇଅଛ, ପୁଣି, ପାପରୁ ମୁକ୍ତ ହୋଇ ଧାର୍ମିକତାର ଦାସ ହୋଇଅଛ।
Explore ରୋମୀୟ 6:17-18